ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍‌ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଏମ୍‌ସିପିଏଲ୍‌ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ। ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସ୍ଥିର ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

 

ଏହି ପ୍ରକଳ୍ପରେ ୪୩୮୨.୨୧ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍‌ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି।

ଉଲ୍ଲେଖଯୋଗ୍ୟ, ଭଦ୍ରକ ଜିଲା  ଭଣ୍ଡାରିପୋଖରୀ ବ୍ଲକ୍ ଅଧୀନ ଧାମନଗର ଛକଠାରେ ହେବ। ଧାମନଗର ଛକଠାରେ ପ୍ରସ୍ତାବିତ ଟେକ୍ସଟାଇଲ ପାର୍କ ନିର୍ମାଣ ନିମନ୍ତେ ପୂର୍ବରୁ ଜମି ଅଧିଗ୍ରହଣ ହୋଇସାରିଥିଲା। କିନ୍ତୁ କାମ ଆରମ୍ଭ ହୋଇପାରୁ ନ ଥିଲା। ପ୍ରଥମେ ଏହି ସ୍ଥାନରେ ଧରଣୀ ସୁଗାର କମ୍ପାନି ଚିନିକଳ ନିର୍ମାଣ ପାଇଁ ୧୯୯୫ରେ ଧାମନଗର ଛକ ଜାତୀୟ ରାଜପଥ ପାର୍ଶ୍ୱରେ ୨୩୫ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇଥିଲା। ଯାହା ଏବେ
ଇଡ୍‌କୋ ଅଧୀନରେ ଅଛି। କିନ୍ତୁ ଚିନିକଳ ବସିଲା ନାହିଁ। ଅଧିକୃତ ହୋଇଥିବା ଜମିରେ ରାଜ୍ୟ ସରକାର ଫୁଡ୍ ପାର୍କ କରିବାକୁ କହିଥିବା ବେଳେ କେନ୍ଦ୍ର ସରକାର ଟେକ୍ସଟାଇଲ୍ ପାର୍କ ନିର୍ମାଣ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେଇଥିଲେ। ଅଧୀକୃତ ଜମି ମଧ୍ୟରୁ ଟେକ୍ସଟାଇଲ୍ ପାର୍କ ପାଇଁ ୫୬ ଏକର ଜମି ଇଡ୍‌କୋ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri