ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି ମହୋତ୍ସବ ଅବସରରେ ଆୟୋଜିତ ପଲ୍ଲୀଶ୍ରୀ ମେଳା ପ୍ରତି ଜିଲାବାସୀଙ୍କ ଆଗ୍ରହ ଦେଖି ଏହାର ସମୟ ସୀମା ଆଉ ଦୁଇଦିନ ବୃଦ୍ଧି କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପୂର୍ବରୁ ୨୭ ଜାନୁଆରୀରୁ ୩୦ ଜାନୁଆରୀ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଳାକୁ ଆଉ ଦୁଇ ଦିନ ବୃଦ୍ଧି କରାଯାଇ ରବିବାର ପର୍ଯ୍ୟନ୍ତ ଚାଲୁ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ଏ ବର୍ଷର ପଲ୍ଲୀଶ୍ରୀ ମେଳା ଗ୍ରାମୀଣ, ପାରମ୍ପରିକ ଓ ଦେଶଜ ପଣ୍ୟଦ୍ରବ୍ୟର ଆକର୍ଷଣୀୟ ପ୍ରଦର୍ଶନ ପାଇଁ ବିପୁଳ ଲୋକପ୍ରିୟତା ହାସଲ କରିଛି।
ମେଳାର ସମୟସୀମା ବୃଦ୍ଧି ଦ୍ୱାରା ଲୋକମାନେ ଅଧିକ ସାମଗ୍ରୀ କ୍ରୟ କରିବେ ଫଳରେ ସ୍ବୟଂ ସହାୟକ ଗୋଷ୍ଠୀ, ଉଦ୍ୟୋଗୀ ଓ ବ୍ୟବସାୟୀମାନଙ୍କୁ ଅଧିକ ଆର୍ଥିକ ପ୍ରୋତ୍ସାହନ ମିଳିବ। ଏହି ମେଳାରେ ଦେଶର ବିଭିନ୍ନ ଅଞ୍ଚଳର ପଣ୍ୟଦ୍ରବ୍ୟ ପ୍ରଦର୍ଶିତ ହେଉଥିବାବେଳେ ଓଡ଼ିଶାର ହସ୍ତଶିଳ୍ପ, ଜୈବିକ ଉତ୍ପାଦ, ପାରମ୍ପରିକ ସାମଗ୍ରୀ ସହିତ ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବିଭାଗର ନିଆରା ପଦକ୍ଷେପ ଓ ବିବିଧ ସୂଚନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଓଡ଼ିଶା ସହ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ପ୍ରାୟ ୨୫୦ଟି ଷ୍ଟଲ୍‌ ମାଧ୍ୟମରେ ଗ୍ରାମୀଣ ଭାରତର ବିବିଧତା ଓ ସରକାରଙ୍କ ସାମର୍ଥ୍ୟ ପ୍ରତିଫଳିତ ହେଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri