ମୁଖ୍ୟମନ୍ତ୍ରୀଙ୍କ ବଡ଼ ଇସାରା: ମିଳିବ କି ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ସୋମବାର ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଅମର ଏବେ ଅଣନିଃଶ୍ବାସୀରୁ ମୁକ୍ତ ହୋଇଛନ୍ତି। ବର୍ତ୍ତମାନ କାମ କରିବାର ସୁଯୋଗ ପାଇବେ। ସେ ତାଙ୍କର ମନର କଥା ଅଭିଭାଷଣ ମାଧ୍ୟମରେ କହି ସାରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି।

ସେ ଜଣେ ବୌଦ୍ଧିକ ବ୍ୟକ୍ତି। ସଂସଦରେ ଭଲ କାମ କରିଛନ୍ତି। ରାଷ୍ଟ୍ରନିର୍ମାଣରେ ସାମିଲ ହେବାକୁ ଯେଉଁ ଲକ୍ଷ୍ୟ ରଖିଛନ୍ତି ଦଳରେ ସମସ୍ତ ସହଯୋଗ ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ସର୍ବଦା ଓଡ଼ିଶାକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଏଥିପାଇଁ ଗତ ୧୬ ମାସ ଭିତରେ ପ୍ରଧାନମନ୍ତ୍ରୀ ୭ ଥର ଓଡ଼ିଶା ଆସିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବତନ ରାଜ୍ୟ ସଭା ଏମ୍‌ପି ପଟ୍ଟନାୟକ ଭାଜପାରେ ମିଶିବା ଦ୍ବାରା ଦଳର ଶକ୍ତି ବୃଦ୍ଧି ପାଇଛି। ସୋମବାର ନବୀନ ପଟ୍ଟନାୟକ ନୂଆପଡ଼ାରେ ପ୍ରଚାର କରୁଛନ୍ତି କହି ମୁଖ୍ୟମନ୍ତ୍ରୀ କଟାକ୍ଷ କରିଥିଲେ। ପୂର୍ବତନ ରାଜ୍ୟ ସଭା ଏମ୍‌ପି ପଟ୍ଟନାୟକ ଭାଜପା ପାଇଁ ନୂଆପଡ଼ା ଯାଇ ପ୍ରଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri