ନୂଆପଡ଼ା ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ବିରୋଧୀଙ୍କୁ କହିଲେ…

ଭୁବନେଶ୍ୱର,୧୪ା୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍‌ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି। ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଦେଶରେ ମୋଦିଙ୍କ ନେତୃତ୍ୱ ବିକାଶର ଏକମାତ୍ରା ପରିଭାଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୋଦିଙ୍କ ମାର୍ଗଦର୍ଶନରେ ରାଜ୍ୟର ବିକାଶ ପାଇଁ ଭାଜପା ଦିନରାତି କାମ କରିଚାଲିଛି। ନୂଆପଡ଼ାବାସୀଙ୍କ ସମର୍ଥନ ଦଳକୁ ନୂଆ ପ୍ରେରଣା ଏବଂ ଶକ୍ତି ଦେଇଛି। ନୂଆପଡ଼ାର ବିକାଶ ପାଇଁ ଦଳ ସଂପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖମନ୍ତ୍ରୀ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଶେଷ ହୋଇ ଫଳଫଳ ପ୍ରକାଶ ପାଇଛି। ଅନ୍ତିମ ତଥା ୨୯ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୨୩୮୬୯ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୪୦ ହଜାର ୧୨୧ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି। ଫଳରେ ଭାଜପା ପ୍ରାର୍ଥୀ ଢୋଲକିଆ ୮୩ ହଜାର ୭୪୮ଖଣ୍ଡ ଭୋଟରେ ବିଜୟୀ ହୋଇଥିବା ନିର୍ବାଚନ କମିଶନରଙ୍କ ଓ୍ବେବସାଇଟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri