ନୂଆପଡ଼ା ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ବିରୋଧୀଙ୍କୁ କହିଲେ…

ଭୁବନେଶ୍ୱର,୧୪ା୧୧: ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍‌ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି। ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଦେଶରେ ମୋଦିଙ୍କ ନେତୃତ୍ୱ ବିକାଶର ଏକମାତ୍ରା ପରିଭାଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୋଦିଙ୍କ ମାର୍ଗଦର୍ଶନରେ ରାଜ୍ୟର ବିକାଶ ପାଇଁ ଭାଜପା ଦିନରାତି କାମ କରିଚାଲିଛି। ନୂଆପଡ଼ାବାସୀଙ୍କ ସମର୍ଥନ ଦଳକୁ ନୂଆ ପ୍ରେରଣା ଏବଂ ଶକ୍ତି ଦେଇଛି। ନୂଆପଡ଼ାର ବିକାଶ ପାଇଁ ଦଳ ସଂପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖମନ୍ତ୍ରୀ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଶେଷ ହୋଇ ଫଳଫଳ ପ୍ରକାଶ ପାଇଛି। ଅନ୍ତିମ ତଥା ୨୯ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୨୩୮୬୯ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୪୦ ହଜାର ୧୨୧ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି। ଫଳରେ ଭାଜପା ପ୍ରାର୍ଥୀ ଢୋଲକିଆ ୮୩ ହଜାର ୭୪୮ଖଣ୍ଡ ଭୋଟରେ ବିଜୟୀ ହୋଇଥିବା ନିର୍ବାଚନ କମିଶନରଙ୍କ ଓ୍ବେବସାଇଟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?