ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ, ଡାକ୍ତରବାବୁଙ୍କ ଉପରେ କଡ଼ାକାର୍ଯ୍ୟାନୁଷ୍ଠାନ 

ଭୁବନେଶ୍ୱର,୨୨।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ। ଆକ୍ସନ ମୋଡରେ ସରକାର। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର  କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ସୂଚନାଯୋଗ୍ୟ, ଯାଜପୁର ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଥିଲେକରୁଣାକର। ସେ ବର୍ତ୍ତମାନ ଭଦ୍ରକ ସଦର ମହକୁମାରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି। ତେବେ ସେ ଭିଜିଲାନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।