ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ମଧ୍ୟ ଆଲୋଚନା ହୋଇଛି। ୧୪୨୨ଟି ବସ୍‌ ଯୋଗେ ସ୍କୁଲ ପିଲାଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ। ଉଭୟ ଏସି ଓ ନନ୍‌ ଏସି ବସ୍‌ରେ ଲାଗୁ ହେବ ଏହି ସେବା। ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ ତାହା OSRTC ସ୍ଥିର କରିବ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ଇ-ଚାଲାଣ ପୈଠ କରିହେବ। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ ଦିଆଯାଇଛି। ମୋବାଇଲ ନଂ ଅପଡେଟ୍ ନ ଥିବାରୁ OTP ପାଉ ନଥିବା ବ୍ୟକ୍ତିଙ୍କୁ ହେବ ସହାୟକ -ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri