ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨ା୧୦(ବ୍ୟୁରୋ):  ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି। ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ବରାଜ ବୃକ୍ଷରୋପଣ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଶ୍ବତ୍ଥ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ବାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରିଚାଲିବ। ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।

ଏହି ଅବସରରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି, ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ। ସାରା ରାଜ୍ୟରେ ବୁଲି ବୁଲି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଥିବା ଅହିଂସା ରଥ ଆସି ଲୋକସେବା ଭବନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଆହିଂସା ରଥକୁ ଓଡ଼ିଶାବାସୀ ଯେଭଳି ଭାବରେ ବିପୁଳ ସ୍ବାଗତ ସମ୍ମାନ ଜଣାଇଲେ ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ ବିଧାୟକ ଗଣ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ବିଶିଷ୍ଟ ଗାୟିକା ନାଜିଆ ଆଲାମ ରାମଧୂନ୍‌ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri