ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨ା୧୦(ବ୍ୟୁରୋ):  ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି। ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ବରାଜ ବୃକ୍ଷରୋପଣ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଶ୍ବତ୍ଥ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ବାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରିଚାଲିବ। ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।

ଏହି ଅବସରରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି, ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ। ସାରା ରାଜ୍ୟରେ ବୁଲି ବୁଲି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଥିବା ଅହିଂସା ରଥ ଆସି ଲୋକସେବା ଭବନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଆହିଂସା ରଥକୁ ଓଡ଼ିଶାବାସୀ ଯେଭଳି ଭାବରେ ବିପୁଳ ସ୍ବାଗତ ସମ୍ମାନ ଜଣାଇଲେ ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ମନ୍ତ୍ରିମଣ୍ଡଳର ସଦସ୍ୟ ବୃନ୍ଦ ବିଧାୟକ ଗଣ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ବିଶିଷ୍ଟ ଗାୟିକା ନାଜିଆ ଆଲାମ ରାମଧୂନ୍‌ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri