ବରଗଡ଼ରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା: ଅତିଶୀଘ୍ର ଖୋଲିବ ଆର୍ଟିପିସିଆର ଟେଷ୍ଟ ପରୀକ୍ଷାଗାର

ବରଗଡ଼ ଅଫିସ,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା କରିଛନ୍ତି। ବରଗଡ଼ କୋଭିଡ ହସ୍ପିଟାଲରେ ଅତିଶୀଘ୍ର ଆହୁରି ୩୦ଟି ଆଇସିୟୁ ଶଯ୍ୟା ଖୋଲିବା ସହିତ କୋଭିଡ୍‌ର ଆର୍ଟିପିସିଆର ଟେଷ୍ଟ ପାଇଁ ଏକ ପରୀକ୍ଷାଗାର ଖୋଲାଯିବ ବୋଲି ସେ ସୂଚନା ଦେଇଥିଲେ। ସେହିପରି ୧୫୦ରୁ ଊଦ୍ଧର୍‌ବ ଅକ୍ସିଜେନ ସିଲିଣ୍ଡର ଅନ୍ୟଜିଲାରୁ ବରଗଡ଼ ଆସୁଛି ଏବଂ ଆଗକୁ ଏହା ଆହୁରି ପର୍ଯ୍ୟାପ୍ତ ପରିମାଣରେ ଆସିବ ବୋଲି ତ୍ରିପାଠୀ କହଛନ୍ତି। ଏହା ସହିତ ବିଜେପୁର, ପଦ୍ମପୁର ଅଞ୍ଚଳର ଯେଉଁ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଲୋପାଥିକ ଡାକ୍ତରଙ୍କ ଅଭାବ ରହିଛି, ସେଠାରେ ଆଜିଠାରୁ ଆଲୋପାଥିକ ଡାକ୍ତର ଅବସ୍ଥାପିତ କରାଯିବ ବୋଲି ସେ ସୂଚନା ଦେଇଥିଲେ। ସେହିପରି ବିକାଶ ମଲ୍ଟି ସ୍ପେସିଆଲିଟି ହସପିଟାଲରେ ଅତିରିକ୍ତ ୧୫ରୁ ୩୦ଟି ଆଇସିୟୁ ଶଯ୍ୟା ଖୋଲିବା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମୀକ୍ଷା ବୈଠକରେ ସ୍ବତନ୍ତ୍ର ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ, ମନ୍ତ୍ରୀ ସୁଶାନ୍ତ ସିଂ, ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସପି ପଦ୍ମିନୀ ସାହୁ ଏବଂ ଜିଲା ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri