ବରଗଡ଼ରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା: ଅତିଶୀଘ୍ର ଖୋଲିବ ଆର୍ଟିପିସିଆର ଟେଷ୍ଟ ପରୀକ୍ଷାଗାର

ବରଗଡ଼ ଅଫିସ,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା କରିଛନ୍ତି। ବରଗଡ଼ କୋଭିଡ ହସ୍ପିଟାଲରେ ଅତିଶୀଘ୍ର ଆହୁରି ୩୦ଟି ଆଇସିୟୁ ଶଯ୍ୟା ଖୋଲିବା ସହିତ କୋଭିଡ୍‌ର ଆର୍ଟିପିସିଆର ଟେଷ୍ଟ ପାଇଁ ଏକ ପରୀକ୍ଷାଗାର ଖୋଲାଯିବ ବୋଲି ସେ ସୂଚନା ଦେଇଥିଲେ। ସେହିପରି ୧୫୦ରୁ ଊଦ୍ଧର୍‌ବ ଅକ୍ସିଜେନ ସିଲିଣ୍ଡର ଅନ୍ୟଜିଲାରୁ ବରଗଡ଼ ଆସୁଛି ଏବଂ ଆଗକୁ ଏହା ଆହୁରି ପର୍ଯ୍ୟାପ୍ତ ପରିମାଣରେ ଆସିବ ବୋଲି ତ୍ରିପାଠୀ କହଛନ୍ତି। ଏହା ସହିତ ବିଜେପୁର, ପଦ୍ମପୁର ଅଞ୍ଚଳର ଯେଉଁ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଲୋପାଥିକ ଡାକ୍ତରଙ୍କ ଅଭାବ ରହିଛି, ସେଠାରେ ଆଜିଠାରୁ ଆଲୋପାଥିକ ଡାକ୍ତର ଅବସ୍ଥାପିତ କରାଯିବ ବୋଲି ସେ ସୂଚନା ଦେଇଥିଲେ। ସେହିପରି ବିକାଶ ମଲ୍ଟି ସ୍ପେସିଆଲିଟି ହସପିଟାଲରେ ଅତିରିକ୍ତ ୧୫ରୁ ୩୦ଟି ଆଇସିୟୁ ଶଯ୍ୟା ଖୋଲିବା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମୀକ୍ଷା ବୈଠକରେ ସ୍ବତନ୍ତ୍ର ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ, ମନ୍ତ୍ରୀ ସୁଶାନ୍ତ ସିଂ, ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସପି ପଦ୍ମିନୀ ସାହୁ ଏବଂ ଜିଲା ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri