ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ ବି ଖୁରାନିଆ, ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି।

ସେହିପରି ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିବା ପୂର୍ବରୁ ଅର୍ଥାତ୍‌ ଗୁରୁବାର ରାତିରେ ମୁଖ୍ୟମନ୍ତ୍ରୀ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ସମୀକ୍ଷା କରିଥିଲେ। ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।  ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏନ୍‌ଡିଆର୍‌ଏଫ୍‌, ଓଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି। ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥିବା ସେ କହିଛନ୍ତି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗୁରୁବାର ପାରାଦୀପରେ ୬୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୪୬.୨, ରାଜକନିକା ୨୭, ରାଜନଗର ୨୪, ନୀଳଗିରି ୨୩, ପଟ୍ଟାମୁଣ୍ଡାଇ ୨୨.୫, ସୋରୋ ୧୯, ବେତନଟୀ ୧୯, ଔପଦା ୧୮, ଧାମନଗର ୧୬, ସାରସକଣାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଦାନାର ପ୍ରଭାବ କେବଳ ଓଡ଼ିଶାରେ ସୀମିତ ରହିନାହିଁ। ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମଧ୍ୟ ବାତ୍ୟା ପ୍ରକୋପ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ୩.୫ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପକ୍ଷରୁ ସାଟେଲାଇଟ୍‌ ମାଧ୍ୟମରେ ନଜର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri