Posted inଜାତୀୟ

ଡାକ୍ତରଙ୍କୁ ପିଟିଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ଝିଅ ପାଇଁ ଅଡ଼ୁଆରେ ପଡ଼ିଛନ୍ତି ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ଜଣେ ଡାକ୍ତରଙ୍କୁ ଝିଅ ମିଲାରି ଛାଙ୍ଗ୍‌ଟେ ମାଡ଼ ମାରିବା ଭିଡିଓ ବହୁଳ ପ୍ରସାରିତ ହେବା ପରେ ଜୋରାମଥାଙ୍ଗା ସର୍ବସାଧାରଣରେ ଏଥିପାଇଁ କ୍ଷମା ମାଗିଛନ୍ତି। ଘଟଣାଟି ବୁଧବାର ଦିନର। ମିଲାରି ଆଇଜଲ୍‌ ସ୍ଥିତ ଚର୍ମ ବିଭାଗ ଡାକ୍ତରଙ୍କ ନିକଟକୁ ଯାଇଥିଲେ। ତାଙ୍କ ପାଖରେ ଆପଏଣ୍ଟମେଣ୍ଟ ନ ଥିବାରୁ ଡାକ୍ତର ଜଣକ ମିଲାରିଙ୍କୁ ଦେଖିବାକୁ ମନାକରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଡାକ୍ତରଙ୍କୁ ସେ ମାଡ଼ ମାରିଥିଲେ।

କେତେଜଣ ଲୋକ ମିଲାରିଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିବା ମଧ୍ୟ ଭିଡିଓରେ ଦେଖିବାକୁ ମିଳିଛି। ଏହା ଭାଇରାଲ ହେବା ପରେ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପରିବାରକୁ କଡ଼ା ସମାଲୋଚନା କରାଯାଇଥିଲା। ଭାରତୀୟ ମେଡିକାଲ ଆସୋସିଏଶନର ମିଜୋରାମ ୟୁନିଟ୍‌ ପକ୍ଷରୁ ଶନିବାର ଏହାର ପ୍ରତିବାଦରେ ବିକ୍ଷୋଭ କରାଯାଇଥିଲା। ପରେ ଜୋରାମଥାଙ୍ଗା ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ହାତଲେଖା ନୋଟ୍‌ ପୋଷ୍ଟ କରି ଝିଅର ଏପରି ବ୍ୟବହାର ପାଇଁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri