ଦୀର୍ଘଦିନର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଉପକୃତ ୨ ଲକ୍ଷ ଚାଷୀ

ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଝାରସୁଗୁଡ଼ାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା। ବୁଧବାର ସିକିମ ରୟତମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ଏହିପରି ଅନେକ ସମସ୍ୟା ସମ୍ପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସମ୍ପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନିଥର ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସମ୍ପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଆଇନ ସଚିବ ମାନସ ରଞ୍ଜନ ବାରିକ, ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲାର ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି।

ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲାର ରେଙ୍ଗାଲି ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ସର୍ଭେ କାର୍ଯ୍ୟକୁ ଯେତେଶୀଘ୍ର ସମ୍ଭବ ସମ୍ପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସିକିମ ରୟତମାନଙ୍କର ଜମି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା କଟକ, ପୁରୀ ଓ ବାଲେଶ୍ବର ଜିଲାର ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri