ଦୀର୍ଘଦିନର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଉପକୃତ ୨ ଲକ୍ଷ ଚାଷୀ

ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଝାରସୁଗୁଡ଼ାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା। ବୁଧବାର ସିକିମ ରୟତମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ଏହିପରି ଅନେକ ସମସ୍ୟା ସମ୍ପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସମ୍ପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନିଥର ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସମ୍ପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଆଇନ ସଚିବ ମାନସ ରଞ୍ଜନ ବାରିକ, ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲାର ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି।

ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲାର ରେଙ୍ଗାଲି ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ସର୍ଭେ କାର୍ଯ୍ୟକୁ ଯେତେଶୀଘ୍ର ସମ୍ଭବ ସମ୍ପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ସିକିମ ରୟତମାନଙ୍କର ଜମି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା କଟକ, ପୁରୀ ଓ ବାଲେଶ୍ବର ଜିଲାର ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?