କଟକ-ଭୁବନେଶ୍ୱରରେ କୋଭିଡ୍‌ ନିୟମକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ଅନ୍ୟ ଅଞ୍ଚଳଗୁଡିକରେ କୋଭିଡ୍‌ ନିୟମ କଡାକଡି ଅନୁପାଳନ ହେଉଛି। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନୁହେଁ। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ କୋଭିଡ୍‌ ନିୟମ କାର୍ଯ୍ୟକାରିତା ଉପରେ ପ୍ରତ୍ୟକ୍ଷ ଭାବେ ଦୃଷ୍ଟି ଦେବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ଜନିତ ଆର୍ଥିକ ମାନ୍ଦାବସ୍ଥାରୁ ଗ୍ରାମାଞ୍ଚଳ ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମ ବ୍ୟାପକ କରିିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୁଧବାର ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ କୋଭିଡ୍‌ ପରିଚାଳନା ସମୀକ୍ଷା କରିଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ )ସମେତ ଅନ୍ୟାନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୃଷି, ମତ୍ସ୍ୟଚାଷ, ଉଦ୍ୟାନକୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରାଯାଇଥିବା ପ୍ୟାକେଜକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହା ବ୍ୟତୀତ ଚାଷୀ, ମିଶନ ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ବୁଣାକାରମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ ଏବଂ କଟକ-ଭୁବନେଶ୍ୱର ପୋଲିସ କମିଶନର କୋଭିଡ୍‌ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ରାଜ୍ୟରେ କୋଭିଡ୍‌-୧୯ ମୃତ୍ୟୁ ହାର କମ୍‌ ଥିବା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri