କଟକ-ଭୁବନେଶ୍ୱରରେ କୋଭିଡ୍‌ ନିୟମକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ଅନ୍ୟ ଅଞ୍ଚଳଗୁଡିକରେ କୋଭିଡ୍‌ ନିୟମ କଡାକଡି ଅନୁପାଳନ ହେଉଛି। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନୁହେଁ। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ କୋଭିଡ୍‌ ନିୟମ କାର୍ଯ୍ୟକାରିତା ଉପରେ ପ୍ରତ୍ୟକ୍ଷ ଭାବେ ଦୃଷ୍ଟି ଦେବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ଜନିତ ଆର୍ଥିକ ମାନ୍ଦାବସ୍ଥାରୁ ଗ୍ରାମାଞ୍ଚଳ ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମ ବ୍ୟାପକ କରିିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୁଧବାର ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ କୋଭିଡ୍‌ ପରିଚାଳନା ସମୀକ୍ଷା କରିଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ )ସମେତ ଅନ୍ୟାନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୃଷି, ମତ୍ସ୍ୟଚାଷ, ଉଦ୍ୟାନକୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରାଯାଇଥିବା ପ୍ୟାକେଜକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହା ବ୍ୟତୀତ ଚାଷୀ, ମିଶନ ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ବୁଣାକାରମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ ଏବଂ କଟକ-ଭୁବନେଶ୍ୱର ପୋଲିସ କମିଶନର କୋଭିଡ୍‌ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ରାଜ୍ୟରେ କୋଭିଡ୍‌-୧୯ ମୃତ୍ୟୁ ହାର କମ୍‌ ଥିବା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri