ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍ସିସି) ପୁରସ୍କାର, ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲା ପୁରସ୍କାର, ବ୍ଲକ ପୁରସ୍କାର, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବ୍ସାଇଟରେ ସମସ୍ତ ସୂଚନା ଉପଲବ୍ଧ ରହିଥିବା କୁହାଯାଇଛି।