ସରକାରଙ୍କ ସମସ୍ତ ବିଭାଗ ଗୋଟିଏ ଟିମ୍‌ ହୋଇ କାମ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି।

ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ। ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗ ଗୁଡିକ ଆବଶ୍ୟକ ସ୍ଥଳେ ଅଧିକ କୁଶଳୀ ଲୋକଙ୍କୁ ନିଯୁକ୍ତ କରି କାର୍ଯ୍ୟକ୍ରମ ଗୁଡିକୁ ଆଗେଇ ନେବା ଉଚିତ୍ ବୋଲି ସେ କହିଥିଲେ।

ଯେହେତୁ ରାଜ୍ୟ ସରକାର ୨୦୩୬ ଓ ୨୦୪୭ ପାଇଁ ବଡ ଭିଜନ୍ ରଖି କାମ ଆରମ୍ଭ କରିଛନ୍ତି, ତେଣୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏହାକୁ ଦୃଷ୍ଟିରେ ରଖି ସମ୍ମିଳିତ ଭାବେ, ଟିମ୍ ସ୍ପିରିଟ୍ ନେଇ କାମ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଅପ୍ରେଲ-ଜୁଲାଇ ଅବଧିର ୨୦୨୩-୨୪ ଓ ୨୦୨୪-୨୫ ପାଇଁ ଏକ ତୁଳନାତ୍ମକ ଆୟ ବ୍ୟୟ ର ହିସାବ ଉପସ୍ଥାପନ କରିଥିଲେ। ଚଳିତ ଆର୍ଥିକ ବର୍ଷର ଅପ୍ରେଲ-ଜୁଲାଇ ଅବଧି ମଧ୍ୟରେ ସମୁଦାୟ ଆୟର ପରିମାଣ ୫୭,୦୮୫ କୋଟି ଟଙ୍କା ଥିବା ବେଳେ ଗତ ବର୍ଷ ସେହି ଅବଧି ମଧ୍ୟରେ ଆୟର ପରିମାଣ ୫୧,୨୩୪ କୋଟି ଟଙ୍କା ଥିଲା। ଏହି ପରିମାଣ ଗତ ବର୍ଷର ଏହି ଅବଧିର ଆୟ ଅପେକ୍ଷା ୧୧.୪୨ ପ୍ରତିଶତ ଅଧିକ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର? ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri