Posted inରାଜ୍ୟ

ଲାଓସ୍‌ରୁ ୪ ଓଡ଼ିଆଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ଶ୍ରମ ଆୟୁକ୍ତଙ୍କ ପତ୍ର

ଭୁବନେଶ୍ୱର,୩୧ା୭(ରବିନାରାୟଣ ଜେନା): ଦକ୍ଷିଣ ଏସିଆର ଲାଓସ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୪ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ବିଭାଗ ପକ୍ଷରୁ ବୁଧବାର ନୂଆଦିଲ୍ଲୀସ୍ଥିତ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ପତ୍ର ଲେଖି ତୁରନ୍ତ ଶ୍ରମିକମାନଙ୍କୁ ସୁରକ୍ଷିତ ଫେରାଇ ଆଣିବା ଲାଗି ଅନୁରୋଧ କରାଯାଇଛି। ବୁଧବାର ଶ୍ରମମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କ ଅନୁମୋଦନକ୍ରମେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, କେନ୍ଦ୍ରାପଡ଼ା ଜିଲାର ୪ ଜଣ ଦାଦନ ଶ୍ରମିକ କାମ ଅନ୍ବେଷଣରେ ଯାଇ ଲାଓସ୍‌ରେ ଫସି ରହିଛନ୍ତି। ସେଠାରେ ତାଙ୍କୁ କମ୍ପାନୀ କର୍ତ୍ତୃପକ୍ଷ ନିର୍ଯାତନା ଦେଉଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ଚଳିତ ବର୍ଷ ମାର୍ଚ୍ଚରେ ଜଣେ ଏଜେଣ୍ଟଙ୍କ ଜରିଆରେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ବଡ଼ାଙ୍କର ସନାତନ ବାରିକଙ୍କ ପୁଅ ସତ୍ୟରଞ୍ଜନ, ମେଘୁ ପ୍ରଧାନଙ୍କ ପୁଅ ଗଦାଧର ଏବଂ ଆଳି ବ୍ଲକ ବାଳକାଟୀର ଗୋବର୍ଦ୍ଧନ ସାମଲଙ୍କ ପୁଅ ସୁମନ ଏବଂ ଅନନ୍ତ ଚରଣ ନାୟକଙ୍କ ପୁଅ ଲକ୍ଷ୍ମୀଧର କାମଧନ୍ଦା ପାଇଁ ଯାଇଥିଲେ। ଲାଓସ୍‌ର ସୟେସ୍ଥା ଜିଲା ଅନ୍ତର୍ଗତ ହଟ୍‌ସନ ଗ୍ରାମରେ ଥିବା ଏକ କାଠ ପ୍ରକ୍ରିୟାକରଣ କମ୍ପାନୀରେ କାମ ଯୋଗାଇଦେବେ ବୋଲିି କହି ଏଜେଣ୍ଟ ଜଣକ ସେମାନଙ୍କୁ ଏଠାରୁ ନେଇଯାଇଥିଲେ। ମାତ୍ର ଅନୁସନ୍ଧାନରୁ ଜଣାଯାଇଛି ଯେ, ଶ୍ରମିକମାନଙ୍କ ‘ଭିସା’ ଅନୁମତି ଗତ ଏପ୍ରିଲ ୫ରେ ଶେଷହୋଇଯାଇଛି। ଶ୍ରମିକମାନେ ଏବେ ସେଠାରେ ବିନା ବୈଧ ଅନୁମତି ତଥା କାଗଜପତ୍ରରେ ରହିଛନ୍ତି। ଏହାର ଫାଇଦା ଏବେ ସମ୍ପୃକ୍ତ କମ୍ପାନୀ ମାଲିକ ଉଠାଉଛନ୍ତି। ଶ୍ରମିକମାନଙ୍କୁ ବିନା ଦରମାରେ ଖଟାଇବା ସହ ବିଭିନ୍ନ ପ୍ରକାର ନିର୍ଯାତନା ଦେଉଛନ୍ତି। ଏ ସମ୍ପର୍କରେ ଜାଣି ସେମାନଙ୍କ ପରିବାର ସଦସ୍ୟ ନିରୁପାୟ ହୋଇ ସରକାରଙ୍କୁ ଗୁହାରି କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ୪ ଶ୍ରମିକଙ୍କୁ କିଭଳି ସୁରକ୍ଷିତ ଭାବେ ସେଠାରୁ ଉଦ୍ଧାରକରି ଅଣାଯାଇପାରିବ ସେଥିପ୍ରତି ଗୁରୁତ୍ୱ ଦେବାକୁ ଆୟୁକ୍ତ ତ୍ରିପାଠୀ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri