ରାସ୍ତାରେ ବୁଲି ମୋଜା ବିକ୍ରି କରୁଥିବା ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ସହାୟତା…

ଲୁଧିଆନା,୮।୫: ପଞ୍ଜାବର ଲୁଧିଆନାରେ ରାସ୍ତାରେ ବୁଲି ମୋଜା ବିକ୍ରି କରି ପରିବାର ପୋଷୁଥିବା ଜଣେ ୧୦ ବର୍ଷ ବୟସ୍କ ନାବାଳକଙ୍କ ଭିଡ଼ିଓ ଶୁକ୍ରବାର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା। ୧ ମିନିଟ୍‌ ୨୩ ସେକେଣ୍ଡର ଏହି ଭିଡ଼ିଓ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ପାଖରେ ପହଞ୍ଚିଥିଲା। ଏହି ନାବାଳକ ହେଉଛନ୍ତି ବଂଶ୍‌ ସିଂ। ଜଣେ ଗ୍ରାହକଙ୍କୁ ମୋଜା ବିକ୍ରି କରିବା ସମୟରେ ସେ ୫୦ ଟଙ୍କା ଅଧିକ ନେବାକୁ ମନା କରିଥିଲେ। ନିଜ ପରିଶ୍ରମ ଓ ମୋଜାର ଦାମ୍‌ ତୁଳନାରେ ଅଧିକ ଟଙ୍କା ନେବାକୁ ମନା କରୁଥିବା ବଂଶ୍‌ଙ୍କ ଭିଡ଼ିଓ ସମ୍ପୃକ୍ତ ଗ୍ରାହକ ରେକର୍ଡିଂ କରି ସୋସିଆଲ୍‌ ମିଡ଼ିଆରେ ଅପ୍‌ଲୋଡ୍‌ କରିଥିଲେ। ଏହାକୁ ଦେଖି ମୁଖ୍ୟମନ୍ତ୍ରୀ ବଂଶ୍‌ଙ୍କ ସହିତ ଭିଡ଼ିଓ କଲିଂରେ କଥାବାର୍ତ୍ତା ହେବା ସହିତ ତାଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ପରିବାରର ଆର୍ଥିକ ଅବସ୍ଥା ଖରାପ ହେବାରୁ ବଂଶ୍‌ ସ୍କୁଲ୍‌ ପାଠପଢ଼ା ଅଧାରୁ ଛାଡ଼ିଥିଲେ। ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଜିଲା ପ୍ରଶାସନ ସହିତ ଆଲୋଚନା କରି ବଂଶ୍‌ଙ୍କୁ ପୁଣି ସେ ପୂର୍ବରୁ ପଢୁଥିବା ସ୍କୁଲରେ ନାମ ଲେଖାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ବଂଶ୍‌ଙ୍କର ପାଠପଢ଼ା ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri