ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ମାଲକାନଗିରି,୧୪ା୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ କୃଷି ମେଳା ଉଦ୍‌ଘାଟନ କରିବା ସହ ମେଳାରେ ବିଭିନ୍ନ କମ୍ପାନୀ ଦ୍ୱାରା କୃଷି ଯନ୍ତ୍ରପାତି, ଯାନବାହନ ଇତ୍ୟାଦି ପରିଦର୍ଶନ କରିଥିଲେ। ପରେ ଡିଏନ୍‌କେ ଖେଳପଡ଼ିଆରେ ଓର୍‌ମାସ ତରଫରୁ ବିଭିନ୍ନ ଜିଲା ଏବଂ ରାଜ୍ୟରୁ ଆସିଥିବା ବ୍ୟବସାୟୀଙ୍କ ଷ୍ଟଲଗୁଡ଼ିକ ବୁଲି ଦେଖିଥିଲେ।
ଜିଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ମାଲ୍ୟବନ୍ତ ମହୋତ୍ସବର ଉଦ୍ଦେଶ୍ୟ, ଜିଲାର ଜନଜାତିଙ୍କ ବିଲୁପ୍ତ ହୋଇଯାଉଥିବା କଳା, ସଂସ୍କୃତି, ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ମାଲ୍ୟବନ୍ତ ଉତ୍ସବ ଏକ ମାଧ୍ୟମ ବୋଲି କହିଥିଲେ। ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲାକୁ ୧ ନମ୍ବର ଜିଲା ଭାବେ ପରିଣତ କରିବା ଏବଂ ଜିଲାର ସର୍ବାଙ୍ଗୀନ ଉନ୍ନତି ଆମ ସରକାରଙ୍କ ଦାୟିତ୍ୱ ବୋଲି ସେ ପ୍ରକାଶ କରିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ମଞ୍ଚାସୀନ ଥିଲେ। ମାଲକାନଗିରି ଜିଲାର ସମସ୍ତ ଅଞ୍ଚଳରେ କିପରି ଶିକ୍ଷାର ବିକାଶ ସହ ଜନଜାତିଙ୍କ ପରମ୍ପରା ବଜାୟ ରହିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶିକ୍ଷାମନ୍ତ୍ରୀ ଗଣ୍ଡ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲା ଓ ରାଜ୍ୟ ବାହାରୁ ଆସିଥିବା କଳାକାରଙ୍କ ଦ୍ୱାରା ବିଭିନ୍ନ ଲୋକନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri