ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ ରବିବାର ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ସ୍ଥିତି ପରଖିଥିଲେ। ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍‌ ବ୍ୟବସ୍ଥା ମଧ୍ୟ କରାଯାଇଛି।

କ୍ରମାନ୍ବୟରେ ଲୋକେ କିପରି ଆସିବେ ସେନେଇ ଅଧିକାରୀଙ୍କ ସହିତ କଥା ହୋଇଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ଜଣ ବସିବା ପାଇଁ ବ୍ୟବସ୍ଥା ରହିବ। ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ସହ ଅନ୍ୟାନ୍ୟ ବ୍ୟବସ୍ଥା ୨ ଦିନରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସଚିବ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ବୁଲି ଦେଖିଛନ୍ତି। ଖୁବ୍‌ଶୀଘ୍ର ବାସଭବନ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅଭିଯୋଗ ପ୍ରକୋଷ୍ଠ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବୁଲି କାମ ତଦାରଖ କରିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେଠାରେ ଥିବା କାଉଣ୍ଟରରେ ପଞ୍ଜୀକରଣ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri