୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ,ଶୁକ୍ରବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ…

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖ ସକାଳ ୧୦ଟା ୩୦ରୁ ୟୁନିଟ୍‌-୨ ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଶୁକ୍ରବାରଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରାଯିବା ପର୍ଯ୍ୟନ୍ତ ଖୋଲାରହିବ। ଏଥିଲାଗି ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ(https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜର ଅଭିଯୋଗପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଉପରୋକ୍ତ ସ୍ଥାନକୁ ଆସିବା ପାଇଁ ମୋବାଇଲ ଫୋନ୍‌ ଦ୍ୱାରା ଉଦ୍ଦିଷ୍ଟ କ୍ୟୁଆର୍‌ କୋଡ୍‌କୁ ସ୍କାନ୍‌ କରି ଗୁଗ୍‌ଲ ମ୍ୟାପ୍‌ ସାହାଯ୍ୟରେ ଜନଶୁଣାଣି ସ୍ଥଳରେ ପହଞ୍ଚିବାର ସୁବିଧା ବ୍ୟବସ୍ଥା ମଧ୍ୟ ବିଭିନ୍ନ ଖବରକାଗଜରେ ପ୍ରକାଶନ ଦ୍ୱାରା କରାଯାଇଛି। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri