ଡାକ୍ତରୀ ପାଠପଢ଼ା ପାଇଁ ବୈକୁଣ୍ଠଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ଗରିବ ଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଡାକ୍ତରୀ ପଢ଼ିବା ପାଇଁ ଅର୍ଥ ବାଧକ ସାଜିଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ପୁରୀ ଜିଲାର ବୈକୁଣ୍ଠ ସେଠୀଙ୍କୁ ରାଜ୍ୟ ସରକାର ସହଯୋଗର ହାତ ବଢ଼ାଇଛନ୍ତି। ପାଠପଢ଼ା ପାଇଁ ସମସ୍ତ ଅର୍ଥ ରାଜ୍ୟ ସରକାର ବହନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଛନ୍ତି ବୈକୁଣ୍ଠ।
ପୁରୀ ଜିଲା କଣାସ ବ୍ଲକ ତେଲଙ୍ଗାପଡ଼ାର ବୈକୁଣ୍ଠ ସେଠୀ ଏନ୍‌ଇଇଟି ଉତ୍ତୀର୍ଣ୍ଣ ହେବା ପରେ ଫକୀର ମୋହନ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ସୂଚନା ଆସିଥିଲା। ଦିନମଜୁରିଆ ପରିବାରର ବୈକୁଣ୍ଠ ବହୁକଷ୍ଟରେ ନାମ ଲେଖାଇଥିଲେ ମଧ୍ୟ ପଢ଼ା ପାଇଁ ଆବଶ୍ୟକ ଅର୍ଥ ଯୋଗାଡ଼ରେ ସକ୍ଷମ ହୋଇ ନ ଥିଲେ। ଏଥିପାଇଁ ସେ ସୋସିଆଲ ମିଡିଆରେ ସହଯୋଗ ଲୋଡ଼ିଥଲେ। ଘଟଣାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗୁରୁତର ସହ ନେଇ ପଦକ୍ଷେପ ନେବାକୁ ଏସ୍‌ସି/ଏସ୍‌ଟି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ପକ୍ଷରୁ ବୈକୁଣ୍ଠଙ୍କୁ ଯୋଗାଯୋଗ କରାଯାଇ ସରକାରଙ୍କ ତରଫରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri