ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି। ଚଳିତ ଶିକ୍ଷାବର୍ଷ ଶିଶୁବାଟିକା ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ରକୁ ଅଭିଭାବକମାନଙ୍କୁ ବାଣ୍ଟିବା କାର୍ଯ୍ୟ ରବିବାର ଆରମ୍ଭ ହୋଇଯାଇଛି। ରଙ୍ଗବାଲି କୁମ୍ଭାଠାରେ ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର,ଜିଲା ଶିକ୍ଷା ଅଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ଏବଂ ଜିଲା ସାମାଜିକ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ପଟ୍ଟନାୟକ ଯୋଗ୍ୟ ଅଭିଭାବକମାନଙ୍କ ଘରକୁ ଯାଇ ସରକାରୀ ବିଦ୍ୟାଳୟରେ ଏପ୍ରିଲ ୨ ତାରିଖରେ ନିଜ ପିଲାଙ୍କ ସହ ଯାଇ ନାମ ଲେଖାଇବାକୁ କହି ନିମନ୍ତ୍ରଣପତ୍ର ବଣ୍ଟନ କରିଥିବା ଜଣାପଡ଼ିଛି।

ସେହିପରି ବଡ଼ଚିନ୍ଦ୍ରିଠାରେ ଜିଲା ମଙ୍ଗଳ ଅଧିକାରୀ ସୁନିଲ କୁମାର ତାଣ୍ଡି, ଜିଲା ଶିକ୍ଷା ଅଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ଏବଂ ସିଆରସିସି ପ୍ରଦୀପ କୁମାର ପାତ୍ର ନିମନ୍ତ୍ରଣପତ୍ର ବଣ୍ଟନ କରିଥିବା ବେଳେ ପୋଡ଼ଗଡଠାରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଅର୍ପିତା ପ୍ରଧାନ ଅଭିଭାବକମାନଙ୍କୁ ନିମନ୍ତ୍ରଣପତ୍ର ବାଣ୍ଟିଥିବା ଜଣାପଡିଛି। ୫+ ବର୍ଷ ବୟସର ପିଲା ଶିଶୁବାଟିକାରେ ପ୍ରାଥମିକ ଶ୍ରେଣୀ ଥିବା ବିଦ୍ୟାଳୟରେ ନାମ ଲେଖାଇ ପାରିବେ ବୋଲି ସୂଚନା ମିଳିଛି। ଯେଉଁ ପିଲାଙ୍କ ବୟସ ୬+ ବର୍ଷ ସେମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଇ ପାରିବେ ବୋଲି ଜଣାପଡ଼ିଛି। ଯେଉଁ ସରକାରୀ ବିଦ୍ୟାଳୟରେ ପ୍ରାଥମିକ ଶ୍ରେଣୀ ରହିଛି ସେହି ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ ରୁ ୫ ତାରିଖ ଯାଏ ଏହି କାର୍ଯ୍ୟକ୍ରମ ଚାଲିବ। ତେଣୁ ମାର୍ଚ୍ଚ୨୮ ପୂର୍ବରୁ ଯୋଗ୍ୟ ଅଭିଭାବକମାନଙ୍କ ଘରକୁ ଯାଇ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ସମସ୍ତ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri