Posted inରାଜ୍ୟ

ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଲାଭାର୍ଥୀଙ୍କୁ ଆଜି ଟଙ୍କା ଦେବେ ସରକାର

ଭୁବନେଶ୍ବର,୩।୨: ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଗଞ୍ଜାମ ମା ତାରାତାରିଣୀଙ୍କ ପୀଠରେ ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମରେ ଯୋଗଦେବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ସାମିଲ ହେବା ନେଇ ସୂଚନା ରହିଛି ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଦିନ ସାଢେ ୧୧ଟାରେ ପହଞ୍ଚି ଏହି ଯୋଜନାକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଆରମ୍ଭ କରିବେ । ଏନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ପ୍ରତି ଜିଲାର ୧୮ରୁ ୩୫ବର୍ଷ ମଧ୍ୟରେ ବିବାହ କରୁଥିବା ଯୁବତୀଙ୍କୁ ଏହି ଉପହାର ଦେବେ ସରକାର । ପ୍ରାୟ ଦୁଇ ଶହ ବରକନ୍ୟାଙ୍କ ବିବାହ ଆଜି ହେବ ।

ପ୍ରକାଶଥାଉକି, ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା। ଉତ୍କଳିକା ଏହି ଯୋଜନାରେ କନ୍ୟାଙ୍କୁ ହସ୍ତତନ୍ତ ଶାଢ଼ି, ଚୁଡ଼ି, ରୁପାର ପାଉଁଜି ଓ ଝୁଣ୍ଟିଆ ଭଳି ଶୃଙ୍ଗାର ସାମଗ୍ରୀ ସହ ବାସନକୁସନ ଭଳି ଘରୋଇ ବ୍ୟବହାର ସାମଗ୍ରୀ ଯୋଗାଇବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri