Posted inରାଜ୍ୟ

ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬ ଲକ୍ଷ ଓ ଭୂମିହୀନ

ସମ୍ବଲପୁର,୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯାଇଛି। ପବିତ୍ର ନୂଆଁଖାଇ ଠାରୁ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବାପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠାରୁ ଆରମ୍ଭ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସମସ୍ତ ଚାଷୀ ଭାଇ ଭଉଣୀ ମାନଙ୍କୁ କୃଷି କ୍ଷେତ୍ରରେ ସଶକ୍ତ କରିବାର ମୂଳ ଲକ୍ଷ୍ୟ ରଖି ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା – ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ଦୁଇଟି କିସ୍ତିରେ ସମୁଦାୟ ଚାରି ହଜାର ଟଙ୍କା ପ୍ରଦାନ କରାଯିବ। ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚ ଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ଦୁଇ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ପାଇବେ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ଦୁଇ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକ ମାନେ ଜନ ସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରି ପାରିବେ। ଆଜି ଲୋକାର୍ପିତ ହୋଇଥିବା ସିଏମ କିଷାନ ପୋର୍ଟାଲ ମାଧ୍ୟମରେ ଉଭୟ ସିଏମ କିଷାନ ଓ ପିଏମ କିଷାନ ଅନଲାଇନ କାର୍ଯ୍ୟ ସମ୍ପାଦିତ ହେବ ବୋଲି ସେ କହିଥିଲେ। ଏଥି ସହିତ ରାଜ୍ୟର ସମସ୍ତ ଚାଷୀ ମାନଙ୍କ ସୁବିଧା ପାଇଁ ଆଜିଠାରୁ କୃଷକ ଓଡିଶା ୟୁନିଫାଏଡ ପୋର୍ଟାଲ ର ବ୍ୟବସ୍ଥା କରାଯାଇଛି । ଏହା ମାଧ୍ୟମରେ ଚାଷୀ ମାନେ ବିଭିନ୍ନ କୃଷି ଓ ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ଧୀୟ ପ୍ରଚଳିତ ସରକାରୀ ଯୋଜନା ବିଷୟରେ ତଥ୍ୟ ଜାଣିପାରିବା ସହିତ ଏଥିରୁ ମିଳୁଥିବା ସୁବିଧା ପାଇଁ ମଧ୍ୟ ଆବେଦନ କରି ପାରିବେ।

ସେ ପୁଣି କହିଥିଲେ ରାଜ୍ୟର ଚାଷୀ ମାନଙ୍କର ଧାନ ଚାଷରେ ହେଉଥିବା କ୍ଷତିକୁ ଭରଣା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କୃଷକ ସମୃଦ୍ଧି ଯୋଜନା ପ୍ରଚଳନ କରାଯାଇଛି। ଏହି ଯୋଜନାରେ ଧାନ ସଂଗ୍ରହ ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି କରାଯାଇ କୁଇଣ୍ଟାଲ ପିଛା ସଂଗ୍ରହ ମୂଲ୍ୟ ୨୩୦୦ ଟଙ୍କାରୁ ୩୧୦୦ଟଙ୍କା ଧାର୍ଯ୍ୟ କରାଯାଇଛି । ଏହା ଖୁବ କମ ଦିନ ମଧ୍ୟରେ କାର୍ଯ୍ୟକାରୀ କରାଯିବ। ସେ ଆହୁରି ମଧ୍ୟ କହିଥିଲେ ଯେ ଆମ ଦେଶକୁ ଏକ ବିକଶିକ ରାଷ୍ଟ୍ରରେ ପରିଣତ କରିବା ପାଇଁ ଚାହୁଁଛନ୍ତି ଆମ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ । ସେଥିପାଇଁ ବିକାଶର ଧାରା ଜାରି ରହିଛି। ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଅନ୍ନଦାତା ବୋଲି କହିଛନ୍ତି। ସେଥିପାଇଁ କୃଷକ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ସେ କାର୍ଯ୍ୟକାରୀ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri