ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର,୨୫।୧(ଅନିଲଦାସ): ସାଧାରଣତନ୍ତ୍ର ଦିବସ ଅବ୍ୟହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି , ଅହିଂସା, ନ୍ୟାୟ ଏବଂ ବିକାଶର ରାସ୍ତାରେ ଆମେ ଚାଲୁଛୁ। ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ୱ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି।

ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଓଡ଼ିଶାର ମଧ୍ୟ ଗୁରୁତ୍ୱପୁର୍ଣ ଭୂମିକା ରହିଛି। ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟମାନଙ୍କ ଆଦର୍ଶ ହୋଇଛି।

ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍‌ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି । ଆମର କୀର୍ତ୍ତି ହେଉଛି ଆମ ସ୍ବାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ ଲୋକାର୍ପିତ ହୋଇଛି। ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍‌ ଇମ୍ପ୍ରେସିଭ ଅଛି। ଜାତୀୟ ହାର ତୁଳନାରେ ଅଧିକ ଅଛି। ଗରିବୀ କମ କରିବାରେ ଓଡ଼ିଶା ଏକ ଟପ୍‌ ପରଫର୍ମରା। ନୀତି ଆୟୋଗ ରିପୋର୍ଟ କହୁଛି ଗତ ୯ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବିରୁ ମୁକ୍ତ ହୋଇଛନ୍ତି।
ଆମର ୫-ଟି ନୀତି ଯୋଗୁ ଗଭର୍ଣ୍ଣାସ ଚଳ ଚଞ୍ଚଳ ହେଉଛି। ସବୁ ଯୋଜନାର ସୁଫଳ ଲୋକ ଠିକ୍‌ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଯୋଗାଯୋଗ ଜଳସେଚନ ପରିବହନ କ୍ରୀଡା ସବୁ କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି ।

ମୋ ସରକାର ଗାଁକୁ ବିକାଶର କେନ୍ଦ୍ର କରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି। ଗାଁରେ ଡିଜିଟାଲ ଭିତ୍ତିଭୁମିର ବିକାଶ କରାଯାଉଛି। ଲକ୍ଷ୍ମୀ ବସ୍‌ ଯୋଜନା ଗାଁରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଗାଁ ର ସାମାଜିକ ଆର୍ଥିକ ବ୍ୟବସ୍ଥା କୁ ଏହା ନୂଆ ଜୀବନ ଦେଇଛି।

ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ନୂଆ,ଶ୍ରେଷ୍ଠ ଓ ସଶକ୍ତ ଓଡିଶା ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ମହାନ୍‌ ସଂଗ୍ରାମୀମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଆମର ଜବାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri