ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍‌ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍‌ଭେନଶନ ସେଣ୍ଟରଠାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ଓଡ଼ିଶାରେ ଏହି କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସେ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି। ହକି ବିଶ୍ବକପ୍‌ ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଭାରତ ସରକାରଙ୍କୁ ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶ୍ୱକପ୍‌ ହକିର ଆୟୋଜନରେ କେବଳ ଓଡ଼ିଶା ନୁହେଁ, ସାରା ଦେଶର ସମ୍ମାନ ଜଡ଼ିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍‌ ଆୟୋଜନ ସାରା ବିଶ୍ବରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେବା ସହ କ୍ରୀଡ଼ାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମକୁ ସାଧୁବାଦ ଜଣାଇଛନ୍ତି।
ବୈଠକରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କ ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡ଼ିଶାରୁ ୧୦୦ ଅଲିମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି କହିଛନ୍ତି। ଏହାଛଡ଼ା କ୍ରମାଗତ ଭାବେ ୨ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡ଼ିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ରାଜ୍ୟର ସବୁ ଜିଲାରେ ହକି ଷ୍ଟାଡିୟମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ଓ ଦେବୀପ୍ରସାଦ ମିଶ୍ର, ବିଜେଡିର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ସିପିଆଇର ସାଧାରଣ ସମ୍ପାଦକ ରାମକୃଷ୍ଣ ପଣ୍ଡା, ବିଧାୟକ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆଇର ଅଳିକିଶୋର ପଟ୍ଟନାୟକ, ଅଭୟ ସାହୁ, ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ରବି ବେହେରା, ଆପ୍‌ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର, ଆର୍‌ଜେଡି ସଭାପତି ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ।
କ୍ରୀଡ଼ା ସଚିବ ଆର୍‌. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡ଼ା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri