ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଳାହାଣ୍ଡି ଜିଲାର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦୁଇ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିବା ସହ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସମ୍ପଦ ବିଭାଗ ମିଳିତ ଭାବେ ହାତୀ ମୃତ୍ୟୁ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ତଥା ଦେଶର ବିଶେଷଜ୍ଞଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ହେମୋରେଜିକ ସେପ୍ଟିସେମିଆ ବା ସାହାଣା ରୋଗ ଯୋଗୁ ହାତୀଙ୍କ ଜୀବନ ଯାଉଥିବା ଜଣାପଡିଛି। ତେଣୁ ଅଭୟାରଣ୍ୟ ଓ ତା’ର ଆଖପାଖ ଅଞ୍ଚଳରେ ଥିବା ଗ୍ରାମଗୁଡ଼ିକରେ ଥିବା ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲାପାଳ, ଡିଏଫ୍‌ଓ ଓ ଜିଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀଙ୍କୁ କହିଛନ୍ତି। ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୁନା ନିୟମିତ ପରୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସରମାନେ ଉପସ୍ଥିତ ଥିଲେ। କଳାହାଣ୍ଡିରୁ ପିସିସିଏଫ୍‌ ଏବଂ ଜିଲାପାଳ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଗଦେଇ ହାତୀ ମୃତ୍ୟୁ ସଂକ୍ରାନ୍ତ ପୂରା ତଥ୍ୟ ରଖିଥିଲେ। ଏହି ହାତୀମାନେ ପାଷ୍ଟରେଲା ମଲ୍ଟଟୋସିଡା (Pasteurella Multocida) ନାମକ ଏକ ବ୍ୟାକ୍ଟେରିଆ ଦ୍ବାରା ସଂକ୍ରମିତ ହୋଇ ହେମୋରେଜିକ ସେପ୍ଟିସେମିଆ (Hemorrhagic Septicemia) ବା ସାହାଣା ରୋଗରେ ମରିଛନ୍ତି। ଏହି ଦଳରେ ସମୁଦାୟ ୮ ହାତୀରୁ ୬ଟିର ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି। ସେହି ଦଳଗୁଡ଼ିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି। ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକିଗୁଡ଼ିକର ବିଶୋଧନ କରାଯାଉଛି। ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍‌ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍‌କୁ ନେଇ ୧୦ ଟିମ୍‌ ଗଠନ କରାଯାଇଛି। ଜଙ୍ଗଲ ବିଭାଗ ଓ ପଶୁସମ୍ପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍‌ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି। ଅଭୟାରଣ୍ୟ ଓ ଆଖପାଖ ଗାଁଗୁଡ଼ିକରେ ଗୃହପାଳିତ ପଶୁଗୁଡ଼ିକର ଟିକାକରଣ କରାଯାଉଛି। ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ ଆଇଜି ଏବଂ ଓ୍ବାଇଲ୍ଡ ଲାଇଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ନିର୍ଦ୍ଦେଶକଙ୍କୁ ଓଡ଼ିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି ବୋଲି ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ୧ ତାରିଖରେ କର୍ଲାପାଟ ନିକଟ ତେନ୍ତୁଳିପଦରଠାରେ ପ୍ରଥମେ ଗୋଟିଏ ହାତୀର ମୃତ୍ୟୁ ହୋଇଥିଲା। ଏହାପରେ ଲଗାତାର ୬ ହାତୀଙ୍କ ମୃତ୍ୟୁ ହୋଇଛି। ହାତୀମଡ଼କ ବନ ବିଭାଗର ଚିନ୍ତା ବଢ଼ାଇ ଦେଇଥିବାବେଳେ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ବ୍ୟଥିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri