ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଳାହାଣ୍ଡି ଜିଲାର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦୁଇ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିବା ସହ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସମ୍ପଦ ବିଭାଗ ମିଳିତ ଭାବେ ହାତୀ ମୃତ୍ୟୁ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ତଥା ଦେଶର ବିଶେଷଜ୍ଞଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ହେମୋରେଜିକ ସେପ୍ଟିସେମିଆ ବା ସାହାଣା ରୋଗ ଯୋଗୁ ହାତୀଙ୍କ ଜୀବନ ଯାଉଥିବା ଜଣାପଡିଛି। ତେଣୁ ଅଭୟାରଣ୍ୟ ଓ ତା’ର ଆଖପାଖ ଅଞ୍ଚଳରେ ଥିବା ଗ୍ରାମଗୁଡ଼ିକରେ ଥିବା ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲାପାଳ, ଡିଏଫ୍‌ଓ ଓ ଜିଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀଙ୍କୁ କହିଛନ୍ତି। ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୁନା ନିୟମିତ ପରୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସରମାନେ ଉପସ୍ଥିତ ଥିଲେ। କଳାହାଣ୍ଡିରୁ ପିସିସିଏଫ୍‌ ଏବଂ ଜିଲାପାଳ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଗଦେଇ ହାତୀ ମୃତ୍ୟୁ ସଂକ୍ରାନ୍ତ ପୂରା ତଥ୍ୟ ରଖିଥିଲେ। ଏହି ହାତୀମାନେ ପାଷ୍ଟରେଲା ମଲ୍ଟଟୋସିଡା (Pasteurella Multocida) ନାମକ ଏକ ବ୍ୟାକ୍ଟେରିଆ ଦ୍ବାରା ସଂକ୍ରମିତ ହୋଇ ହେମୋରେଜିକ ସେପ୍ଟିସେମିଆ (Hemorrhagic Septicemia) ବା ସାହାଣା ରୋଗରେ ମରିଛନ୍ତି। ଏହି ଦଳରେ ସମୁଦାୟ ୮ ହାତୀରୁ ୬ଟିର ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି। ସେହି ଦଳଗୁଡ଼ିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଉଛି। ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକିଗୁଡ଼ିକର ବିଶୋଧନ କରାଯାଉଛି। ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍‌ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍‌କୁ ନେଇ ୧୦ ଟିମ୍‌ ଗଠନ କରାଯାଇଛି। ଜଙ୍ଗଲ ବିଭାଗ ଓ ପଶୁସମ୍ପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍‌ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି। ଅଭୟାରଣ୍ୟ ଓ ଆଖପାଖ ଗାଁଗୁଡ଼ିକରେ ଗୃହପାଳିତ ପଶୁଗୁଡ଼ିକର ଟିକାକରଣ କରାଯାଉଛି। ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ ଆଇଜି ଏବଂ ଓ୍ବାଇଲ୍ଡ ଲାଇଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ନିର୍ଦ୍ଦେଶକଙ୍କୁ ଓଡ଼ିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି ବୋଲି ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଗତ ୧ ତାରିଖରେ କର୍ଲାପାଟ ନିକଟ ତେନ୍ତୁଳିପଦରଠାରେ ପ୍ରଥମେ ଗୋଟିଏ ହାତୀର ମୃତ୍ୟୁ ହୋଇଥିଲା। ଏହାପରେ ଲଗାତାର ୬ ହାତୀଙ୍କ ମୃତ୍ୟୁ ହୋଇଛି। ହାତୀମଡ଼କ ବନ ବିଭାଗର ଚିନ୍ତା ବଢ଼ାଇ ଦେଇଥିବାବେଳେ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ବ୍ୟଥିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri