କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା ସହ ପ୍ରଶଂସା କରିଛନ୍ତି। ମହାମାରୀ ସମୟରେ ଚିନ୍ମୟୀଙ୍କ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ସାଧୁବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟର ଅନେକ ଉଚ୍ଚପଦସ୍ଥ ଅଧିକାରୀ, ରାଜନେତା ମଧ୍ୟ ଟୁଇଟ୍‌ କରି ଚିନ୍ମୟୀଙ୍କୁ ଉତ୍ସାହିତ କରିଛନ୍ତି।
ଜଗତ୍‌ସିଂହପୁର ଜିଲାର ମୂଳ ନିବାସୀ ଚିନ୍ମୟୀ କିଛି ବର୍ଷ ହେଲା ଅନୁଗୋଳ ଜିଲାରେ ରହୁଛନ୍ତି। ଜରପଡାଠାରେ ତାଙ୍କର ଏକ ଛୋଟ ଲେଡିଜ୍‌ କର୍ନର ଅଛି। ସେଥିରୁ ଯାହା ଅର୍ଥ ଉପାର୍ଜନ ହୁଏ, ସେଥିରେ ସେ ନିଜେ ଚଳିବା ସହ ଅସହାୟ ଲୋକଙ୍କୁ ସହାୟତା ଯୋଗାଇବାରେ ବ୍ୟୟ କରନ୍ତି। ପୂର୍ବରୁ ରୋଗୀଙ୍କ ସେବା କରି ଆସୁଥିବା ଚିନ୍ମୟୀ ବର୍ତ୍ତମାନ ମହାମାରୀ ସମୟରେ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର କରିବାରେ ଲାଗିପଡ଼ିଛନ୍ତି। ତାଙ୍କ ସହାୟତା ଲୋଡ଼ୁଥିବା ପରିବାର ନିକଟରେ ପହଞ୍ଚି ନିଜ ସୁବିଧାରେ ମୃତଦେହ ନେଇ ଦାହ କରୁଛନ୍ତି। ଏଥିପାଇଁ କାହାଠାରୁ ଟଙ୍କାଟିଏ ସେ ନିଅନ୍ତି ନାହିଁ। ଏପରି ମହତ୍‌ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟାହ୍ନ ୧୨ଟା ୭ ମିନିଟ୍‌ରେ ଚିନ୍ମୟୀଙ୍କୁ ଫୋନ କରିଥିଲେ। ୪୦ ସେକେଣ୍ଡର କଥାବାର୍ତ୍ତା ମଧ୍ୟରେ କୋଭିଡ୍‌ ସମୟରେ ଗରିବ, ଅସହାୟଙ୍କ ଶବ ସତ୍କାର କରି ସେ ଭିନ୍ନ ଉଦାହରଣ ସୃଷ୍ଟି କରିଛନ୍ତି ଓ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ଚିନ୍ମୟୀ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ ମଧ୍ୟ କରିଛନ୍ତି। ସେହିପରି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ବୋଥ୍ରା, ନରସିଂହ ଭୋଳଙ୍କ ସମେତ ଅନେକ ନେତା ଚିନ୍ମୟୀଙ୍କୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି। ଏ ସମ୍ପର୍କରେ ଚିନ୍ମୟୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌ ତାଙ୍କୁ ଅଧିକ ପ୍ରେରଣା ଦେଇଛି। ଆଗାମୀ ଦିନରେ ସେ ଅଧିକରୁ ଅଧିକ ଗରିବ, ଅସହାୟ ଲୋକଙ୍କୁ ସହାୟତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri