ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: କହିଲେ ଏଥର ନୂଆପଡ଼ାରେ ନିଶ୍ଚୟ…

ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଏବେଠାରୁ ନୂଆପଡ଼ାବାସୀ ଡବଲ ଇଞ୍ଜିନ ସରକାରର ବିକାଶ ଦେଖିବେ। ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁ ନ ଥିଲେ। ମାତ୍ର ମୁଁ ଏହା ଭିତରେ ନୂଆପଡ଼ା ପାଇଁ ୧୧ ଶହ କୋଟିର ପ୍ରକଳ୍ପ ଘୋଷଣା କରିଛି। ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ନବୀନ ବାବୁ ଏପରି ଘୃଣ୍ୟ ଟିପ୍ପଣୀକୁ ନିନ୍ଦା ନ କରିବା ଦୁର୍ଭାଗ୍ୟଜନକ। ନୂଆପଡ଼ାବାସୀ ଏହି ଘୃଣ୍ୟ ମନ୍ତବ୍ୟର ଉପଯୁକ୍ତ ଜବାବ ଦେବେ। ବିଜେଡିକୁ ଜିଲା ଭିତରେ ପ୍ରାର୍ଥୀ ମିଳିଲା ନାହିଁ, ବାହାର ଜିଲାରୁ ଆଣିଲେ। ବାହାର ପ୍ରାର୍ଥୀଙ୍କୁ ନୂଆପଡ଼ାବାସୀ କେବେ ଗ୍ରହଣ କରିବେ ନାହିଁ। କଂଗ୍ରେସ, ବିଜେଡି ଗୋଟିଏ ରାସ୍ତାରେ ଅଗ୍ରସର ହେଉଛନ୍ତି। ଏଥର ନୂଆପଡ଼ାରେ ଭାଜପାର ଏକପାଖିଆ ବିଜୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର ସହ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri