Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ।

ସମିକ୍ଷା ପରେ ଗଣ ମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ସମୁଦାୟ ୬୨୧୦ ଟି ଆଶ୍ରୟସ୍ଥଳରେ ୮ ଲକ୍ଷରୁ ଅଧିକ ଲୋକ ରହିଥିଲେ । କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜନିଜ ଘରକୁ ଫେରିଗଲେଣି। ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି । ମାତ୍ର ୩୦ ହଜାର ଲୋକ ୪୭୦ ଟି ଆଶ୍ରୟସ୍ଥଳୀରେ ଅଛନ୍ତି ।

ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି ।

ସମୁଦାୟ ୨୨ ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ସ୍ୱଭାବିକ କରାଯାଇଛି। କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି । ତାହା ସତ୍ତ୍ୱେ ବି ବିଦ୍ୟୁତ୍ ଯୋଗାଣ କାର୍ୟ୍ୟ ଚାଲିଛି । ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ ହୋଇଯିବ । ୭ ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଥିଲେ। ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ଵତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଭାବିତ ଅଞ୍ଚଳର ମ୍ୟୁନିସପାଲଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକରେ ସଫେଇ କାର୍ୟ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଅଣପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆଣି ରାସ୍ତାଘାଟ ପରିଷ୍କାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲାର ୧୨ ଟି ବ୍ଲକ୍ ର ୮୮୦ ଟି ଗ୍ରାମ ପଞ୍ଚାୟତ ଓ ୪୧୦୦ ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ୨୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି । ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ।

ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୩୩୫ ଟି ଡାକ୍ତରୀ ଦଳ ନିୟୋଜିତ ହୋଇଥିଲେ । ସମୁଦାୟ ୪୮୭୧ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା ଗୃହକୁ ଅଣାଯାଇଥିଲା। ସେଠାରେ ଏହି ସମୟ ମଧ୍ୟରେ ୨,୫୨୯ ଜଣ ଶିଶୁ ଜନ୍ମ ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସବୁ ପ୍ରମୁଖ ରାସ୍ତା ଗୁଡିକରୁ ପ୍ରାୟ ସବୁ ଅବରୋଧ ହଟି ସାରିଛି ଏବଂ ବର୍ତ୍ତମାନ ଗମନା ଗମନରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଥିଲେ।

ବନ୍ୟା ଭୟ ବର୍ତ୍ତମାନ ଆଉ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବୁଢାବଳଙ୍ଗ ନଦୀ ପୂର୍ବରୁ ବିପଦ ସଂକେତ ଉପରେ ଥିଲା । ତେବେ, ବର୍ତ୍ତମାନ ଜଳସ୍ତର ହ୍ରାସ ପାଇଛି । ଏବେ ଏହା ବିପଦ ସଂକେତ ତଳେ ଅଛି। ବିପଦ ସ୍ତର ୮.୧୩ ମିଟର ଥିବା ବେଲେ ବର୍ତ୍ତମାନ ଜଳସ୍ତର ୭.୨୦ ମିଟର ଅଛି ବୋଲି ସେ କହିଥିଲେ।

ବିଭିନ୍ନ ଜାଗାରେ ଲୋକଙ୍କ ଘରେ ବାତ୍ୟା ଦ୍ୱାରା ଗଛ ଭାଙ୍ଗି ପଡିଥିବାରୁ ଅଗ୍ନିଶମ ବିଭାଗକୁ ପ୍ରାୟ ୬ ହଜାର ଫୋନ୍ କଲ୍ ଆସିଥିଲା ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ଉପରେ ଅଗ୍ନିଶମ ବାହିନୀ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଛି ।

ବାତ୍ୟା ମୁକାବିଲାରେ ଭାରତ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ସେ କହିଥିଲେ ଯେ ବାତ୍ୟା ସମୟରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଆବଶ୍ୟକ ପରିମାଣର ଘଊଜୠ ଟିମ୍ ପଠାଇଥିଲେ । ଲୋକଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କ ଭୂମିକା ଖୁବ୍ ସହାୟକ ହୋଇଛି । ଏଥିପାଇଁ “ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରୁଛି” ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି, ବାତ୍ୟା ମୁକାବିଲା ପାଇଁ ୨୧ ତାରିଖରୁ ସମୀକ୍ଷା ଆରମ୍ଭ କରାଯାଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମରୁ ଜିଲାପାଳମାନଙ୍କୁ ଯେଉଁ ସବୁ ନିର୍ଦ୍ଦେଶ ଏବଂ ଦାୟିତ୍ୱ ଦିଆ ଯାଇଥିଲା ସେମାନେ ଦିନରାତି ଏକ କରି ସେସବୁ କାର୍ଯ୍ୟକୁ ସୁଚାର ରୂପେ ସମ୍ପନ୍ନ କରିଛନ୍ତି ।

ରାଜ୍ୟ ସରକାର ଜିରୋ କାଜୁଆଲଟି ଲକ୍ଷ୍ୟ ହାସଲ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ଆପଣମାନଙ୍କ ଜରିଆରେ ମୁଁ ସଂପୃକ୍ତ ଜିଲ୍ଲାର ଜିଲାପାଳ ଏବଂ ସବୁ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଉଛି । ବିଶେଷ କରି କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜର ଜିଲାପାଳମାନଙ୍କୁ ମୋର ସ୍ୱତନ୍ତ୍ର ଧନ୍ୟବାଦ ।”

ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ଵତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, ପୋଲିସ ମହା ନିର୍ଦ୍ଦେଶକ ୱାୟି. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri