ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ, ଅଭିଯୋଗ ଶୁଣାଣିରେ ଲୋକଙ୍କ ସମସ୍ୟା ସମାଧାନ ନ ହେଲେ…

ଭୁବନେଶ୍ୱର,୬।୨: ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ବା ସିଏମଓ ପକ୍ଷରୁ ଚିଠି ଜାରି ହୋଇଛି । ସବୁ ଜିଲାର ଜିଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Share