ବଲାଙ୍ଗୀରରେ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ: ଘୋଡ଼ାକୁ ଘାସର ଦାୟିତ୍ବ ଦିଆଗଲେ…

ଭୁବନେଶ୍ୱର,୨।୧୧: ବଲାଙ୍ଗୀର ବେଲପଡ଼ାରେ ଆୟୋଜିତ ସାଧାରଣସଭାରେ ଉଦ୍‌ବୋଧନ ଦେଇ ପୂର୍ବ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ୨୪ ବର୍ଷ ହେଲା ବଲାଙ୍ଗୀରକୁ ଅବହେଳା କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ବିଧାନସଭାରେ ସୁକତେଲ ପ୍ରକଳ୍ପ ପ୍ରସଙ୍ଗ ଉଠାଇଥିଲେ, ହେଲେ ବିଜେଡି ସରକାର କୌଣସି ପଦକ୍ଷେପ ନେଇ ନ ଥିଲେ।

ସେ ଆହୁରି କହିଛନ୍ତି ଲୋୟର ସୁକତେଲ ପ୍ରକଳ୍ପ ପାଇଁ ୨୪ରୁ ୨୬ ବର୍ଷ ଲାଗିଗଲା। ତଥାପି ସୁକତେଲ ପ୍ରକଳ୍ପରୁ ଲୋକଙ୍କୁ ପାଣି ମିଳୁନି। ୧୯୯୮ରେ ଭିତ୍ତି ପଡ଼ିଥିବା ପ୍ରକଳ୍ପ ୨୦୨୪ ପର୍ଯ୍ୟନ୍ତ ବି ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲାନି। ତରବରିଆ ଭାବେ ଏହାର ଉଦ୍‌ଘାଟନ କରାଗଲା, ହେଲେ ଚାଷୀ ପାଣି ପାଇଲେନି। ଘୋଡ଼ାକୁ ଘାସର ଦାୟିତ୍ବ ଦିଆଗଲେ, ଘାସ ସୁରକ୍ଷିତ ରହିବ କି? ଲୋୟର ସୁକତେଲ ନିର୍ମାଣ ପାଇଁ ଆସିଥିବା ଟଙ୍କା କୁଆଡ଼େ ଗଲା ବୋଲି କହି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri