ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼, କଳାହାଣ୍ଡି, ନୂଆପଡ଼ା ଗସ୍ତ

ବରଗଡ଼ ଅଫିସ୍‌/ନୂଆପଡ଼ା ଅଫିସ/ସୋହେଲା/ଭବାନୀପାଟଣା,୫।୩(ଡି.ଏନ.ଏ./ସ୍ବ.ପ୍ର.): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ୩ ଜିଲା ବରଗଡ଼, ନୂଆପଡା ଓ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ବରଗଡ଼ ଜିଲା ପଦ୍ମପୁର ନିକଟ ସତୀଭଟା ଏୟାରଷ୍ଟ୍ରିପକୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ ଆସି ସେଠାରେ ପୂର୍ବାହ୍ନ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ଓହ୍ଳାଇବେ। ସେଠାରୁ ଏକ ହେଲିକପ୍ଟରରେ ସୋହେଲା ବ୍ଲକ ହଲଦିପାଲିର ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚତ୍ବେ। ୪୫ ମିନିଟର ରହଣି ମଧ୍ୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ଏହାପରେ ବିଜୁ ଏକ୍ସପ୍ରେସ ୱେରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ, ଛୁରିଆପାଲି ନିକଟ ଯାଯାବର ଆଶ୍ରୟସ୍ଥଳୀ, ପେଟୁପାଲି(ଭାତେନଡୁଙ୍ଗୁରି)ର ଶହୀଦ କୁଞ୍ଜେଲ ସିଂ ଶିଶୁପାର୍କ ଏବଂ ଘେଁସସ୍ଥିତ ମାଧୋ ସିଂ ପ୍ରତିମୂର୍ତ୍ତି ପରିସରରେ ସ୍ପଳ୍ପ ରହଣି ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ନେଇ ପୋଲିସ, ପ୍ରଶାସନ ମଧ୍ୟରେ ତତ୍ପରତା ପରିଲକ୍ଷିତ ହୋଇଛି। ସଭାସ୍ଥଳୀ ତଥା ସଭାମଞ୍ଚ ନିର୍ମାଣ ସରିଥିବାବେଳେ ସୋହେଲା ରାସ୍ତାପାର୍ଶ୍ୱ ମଧ୍ୟ ନୂଆରୂପ ସହିତ ସଜେଇ ହୋଇଛି। ବିଜୁ ଏକ୍ସପ୍ରେସ ୱେର ମୁଖଶାଳା ସୋହେଲାସ୍ଥିତ ସତ୍ୟାଗ୍ରହୀ ସ୍ମାରକ ପୀଠରେ ନୂଆ ରଙ୍ଗ ଦିଆଯାଇଛି। ରାସ୍ତାର ପ୍ରାୟ ୩୦୦ ମିଟର ପର୍ଯ୍ୟନ୍ତ ବିଭିନ୍ନ ଚିତ୍ର ଅଙ୍କାଯାଇଛି । ରୋଡ୍‌ ଶୋ ପାଇଁ ଏକ ସ୍ବତନ୍ତ୍ର ବସ୍‌ ପହଞ୍ଚି ସାରି ଥିବାବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏସ୍‌ପି ପି.ଏସ୍‌. ମୀନାଙ୍କ ତତ୍ତ୍ବାବଧାନରେ ୪ଜଣ ଅତିରିକ୍ତ ଏସ୍‌ପି, ୭ଜଣ ଡିଏସ୍‌ପି, ୨୦ଜଣ ଇନ୍ସପେକ୍ଟର, ୧୦୦ଜଣ ଆସିଷ୍ଟାଣ୍ଟ ସବଇନ୍ସପେକ୍ଟର ଏବଂ ୨୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ବରଗଡ଼ ପରେ ମୁଖ୍ୟମନ୍ତ୍ରୀ ନୂଆପଡ଼ା ଜିଲା ଗସ୍ତ କରିବେ। ନୂଆପଡ଼ାରେ ବିଜୁ ଏକ୍ସପ୍ରେସ ୱେ, ନୂଆପଡ଼ା, ଖଡ଼ିଆଳ, ଖରିଆର ରୋଡଠାରେ ନବନିର୍ମିତ ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ କରିବେ। ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ପରେ ଅପରାହ୍ନ ୩ଟା୧୫ରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ପଡିଆରେ କରାଯାଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ। ସେଠାରେ ବିଜୁ ଏକ୍ସପ୍ରେସ ୱେ ଉଦ୍‌ଘାଟନ କରିବେ। ଏହାସହ ଧର୍ମଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ଓ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ ସହ ଜିଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ କରିବେ। ଅପରାହ୍ନ ୩ଟା ୫୫ରେ ବୃନ୍ଦାବାହାଲଠାରୁ ଆମପାଣି ୬୦ କି.ମି. ପର୍ଯ୍ୟନ୍ତ ନୂତନ ବିଜୁ ଏକ୍ସପ୍ରେସ୍‌ ରାସ୍ତାରେ ନବୀନ ରୋଡ୍‌ ଶୋ’ କରିବେ। ସେଠାରୁ ହେଲିକପ୍ଟର ଯୋଗେ ଉତ୍କେଲା ଏୟାରଷ୍ଟିପକୁ ଯାଇ ୫ଟା ୪୫ରେ ଭୁବନେଶ୍ବର ଫେରିବେ ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri