୫ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୪।୩: ଆସନ୍ତା ୫ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। ସରକାରୀ ଭାବେ ଦିଆଯାଇଥିବା ସୂଚନା ଅନୁଯାୟୀ, ସେହିଦିନ ପୂର୍ବାହ୍ନ ୯ଟା ୪୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରୁ ବି-୨୦୦ ଭିଟି-ଜେପିଭି ଏୟାରକ୍ରାଫ୍ଟ ଯୋଗେ ବାହାରି ଦିନ ୧୦ଟା ୩୦ମିନିଟରେ ବରଗଡ଼ ଜିଲା ପଦ୍ମପୁର ନିକଟ ସତୀଭଟା ଏୟାରଷ୍ଟ୍ରିପରେ ପହଞ୍ଚତ୍ବେ। ସେଠାରୁ ଏକ ହେଲିକ୍ୟାପ୍ଟର ଯୋଗେ ଦିନ ୧୦ଟା ୪୦ମିନିଟରେ ବାହାରି ୧୦ଟା ୫୫ମିନିଟରେ ସୋହେଲା ବ୍ଲକ ହଳଦୀପାଲିର ଅସ୍ଥାୟୀ ହେଲିପ୍ୟାଡ଼ରେ ଓହ୍ଲାଇ କାର୍ଯ୍ୟକ୍ରମସ୍ଥଳକୁ ଯିବେ ଏବଂ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହିତ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେବେ। ସେଠାରେ କାର୍ଯ୍ୟକ୍ରମ ସରିବା ପରେ ମୁଖ୍ୟମନ୍ତ୍ରୀ ଦିନ ୧୧ଟା ୪୦ମିନିଟରେ ବିଜୁ ଏକ୍ସପ୍ରେସ ୱେରେ ଦୀର୍ଘ ୧୧ କି.ମି. ରୋଡ୍‌ ଶୋରେ ଯିବେ ଏବଂ ବାଟରେ ରାସ୍ତା ପାର୍ଶ୍ୱସ୍ଥ ଛୁରିଆପାଲି ନିକଟ ଯାଯାବର ଆଶ୍ରୟସ୍ଥଳୀ, ପେଟୁପାଲି (ଭାତେନଡୁଙ୍ଗୁରି)ର ଶହୀଦ କୁଞ୍ଜେଲ ସିଂ ଶିଶୁପାର୍କ ଏବଂ ଘେଁସ ସ୍ଥିତ ମାଧୋ ସିଂ ପ୍ରତିମୂର୍ତ୍ତି ପରିସରରେ ସ୍ପଳ୍ପ ରହଣୀ ସହିତ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେ ଘେଁସ ହାଇସ୍କୁଲ ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡରୁ ଦିନ ୧୨ଟା ୪୦ମିନିଟ୍‌ରେ ହେଲିକ୍ୟାପ୍ଟରରେ ନୂଆପଡ଼ା ଜିଲା ଗସ୍ତ କରିବେ ବୋଲି ସୂଚନା ଦିଆଯାଇଛି। ପ୍ରକାଶଥାଉକି, ଗତ ଫେବୃୟାରୀ ୧୮ତାରିଖରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁରକୁ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri