ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲା ଗସ୍ତ ଆଜି

ଛତ୍ରପୁର,୨୬।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀ ହିଞ୍ଜିଳି, କବିସୂର୍ଯ୍ୟନଗର ଓ ଛତ୍ରପୁରରେ ସାଧାରଣ ସଭାରେ ଉଦବୋଧନ ଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ପଟ୍ଟା ବଣ୍ଟନ କରିବେ। ଜିଲାରେ ୧୯୫୨.୮୯ କୋଟି ଟଙ୍କାର ୮୨୫ଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୨୨ ହଜାର ୨୦୦ ସ୍ବୟଂ ସହାୟକ ଗୋଷ୍ଠୀର ୨.୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ। ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ପ୍ରଦାନ କରିବେ ବୋଲି ସୂଚନା ମିଳିଛି। ଜିଲାର ୩ଟି ସ୍ଥାନରେ କାର୍ଯ୍ୟକ୍ରମ ଥିବାରୁ ୩ଜଣ ଏସ୍‌ପିଙ୍କୁ ପୃଥକ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱ ଦିଆଯାଇଛି। ଛତ୍ରପୁର ସହର ପାଇଁ ବ୍ରହ୍ମପୁର ଏସପି, ହିଞ୍ଜିଳି ପାଇଁ ଗଞ୍ଜାମ ଏସପି ଏବଂ କବିସୂର୍ଯ୍ୟନଗର ପାଇଁ କନ୍ଧମାଳ ଏସପି ଦାୟିତ୍ୱରେ ରହିଛନ୍ତି। ଏଥିସହ ୧୫୦ରୁ ଊର୍ଦ୍ଧ୍ୱ ସିନିୟର ପୋଲିସ ଅଫିସର, ୪୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି ଗଞ୍ଜାମ ଏସପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ପୂର୍ବାହ୍ନ ୧୧ ଟାରେ ମୁଖ୍ୟମନ୍ତ୍ରୀ ହେଲିକେପ୍ଟର ଯୋଗେ ଆସି କବିସୂର୍ଯ୍ୟନଗରରେ ପହଞ୍ଚତ୍ବେ। ପରେ ହିଞ୍ଜିଳି ଓ ଶେଷରେ ଛତ୍ରପୁରରେ କାର୍ଯ୍ୟକ୍ରମ ସାରି ଅପରାହ୍ନ ୪ ଟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri