୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/ କବିସୂର୍ଯ୍ୟନଗର, (ଡି.ଏନ୍‌.ଏ.) ୨୧ା୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୂଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆର୍‌ଡିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତିଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri