ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/କବିସୂର୍ଯ୍ୟନଗର,୨୧ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତୀଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟ ରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତାରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ,ବରିଷ୍ଠ ନେତା ହୀନ ବେହେରା, ହୃଷିକେଶ ପାଢ଼ୀ, ଉଦୟ ନାଥ ପ୍ରଧାନ, ଅନୀଲ ମହାପାତ୍ର, ଦିଗାମ୍ବର ନାହାକ, ଜିଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ସମୀର ପ୍ରଧାନ, ସରପଞ୍ଚ ରାଜେନ୍ଦ୍ର
ସେଠୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri