ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼/କବିସୂର୍ଯ୍ୟନଗର,୨୧ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତୀଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟ ରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତାରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ,ବରିଷ୍ଠ ନେତା ହୀନ ବେହେରା, ହୃଷିକେଶ ପାଢ଼ୀ, ଉଦୟ ନାଥ ପ୍ରଧାନ, ଅନୀଲ ମହାପାତ୍ର, ଦିଗାମ୍ବର ନାହାକ, ଜିଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ସମୀର ପ୍ରଧାନ, ସରପଞ୍ଚ ରାଜେନ୍ଦ୍ର
ସେଠୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri