ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼, ୨୦ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତୀଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟ ରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତାରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ,ବରିଷ୍ଠ ନେତା ହୀନ ବେହେରା, ହୃଷିକେଶ ପାଢ଼ୀ, ଉଦୟ ନାଥ ପ୍ରଧାନ, ଅନୀଲ ମହାପାତ୍ର, ଦିଗାମ୍ବର ନାହାକ, ଜିଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ସମୀର ପ୍ରଧାନ, ସରପଞ୍ଚ ରାଜେନ୍ଦ୍ର ସେଠୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri