ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ

ହିଞ୍ଜିଳିକାଟୁ/ଶେରଗଡ଼, ୨୦ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ପ୍ରାୟ ଚୁଡ଼ାନ୍ତ ହୋଇଛି। ଏ ନେଇ ତଦାରଖ କରିବାକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡିଆରଡ଼ିଏ ଗଞ୍ଜାମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତୀଭାସନ, ଏଡିଏମ୍‌(ରାଜସ୍ବ) ପ୍ରିୟ ରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ଦଳାଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ସୋମବାର ହିଞ୍ଜିଳିକାଟୁ ଆସି ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗଞ୍ଜାମ ଗସ୍ତରେ ହିଞ୍ଜିଳିକାଟୁ, ଶେରଗଡ଼, କୁକୁଡ଼ାଖଣ୍ଡି, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଧରାକୋଟ ବ୍ଲକର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। ସୋମବାର ଜିଲାପାଳଙ୍କ ଏହି ପ୍ରସ୍ତୁତି ସମୀକ୍ଷା କାର୍ଯ୍ୟକ୍ରମରେ ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା, ଏସ୍‌ଡିପିଓ ଉମା ଶଙ୍କର ସିଂ, ଆଇଆଇସି ଅଭିମନ୍ୟୁ ଦାଶ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଶେରଗଡ଼ରେ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତାରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ,ବରିଷ୍ଠ ନେତା ହୀନ ବେହେରା, ହୃଷିକେଶ ପାଢ଼ୀ, ଉଦୟ ନାଥ ପ୍ରଧାନ, ଅନୀଲ ମହାପାତ୍ର, ଦିଗାମ୍ବର ନାହାକ, ଜିଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ସମୀର ପ୍ରଧାନ, ସରପଞ୍ଚ ରାଜେନ୍ଦ୍ର ସେଠୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri