୧୭ରେ ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ

ଭୁବନେଶ୍ବର, ୪ା୧୦(ବ୍ୟୁରୋ):ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ୨୦୨୨ର ତୃତୀୟ ସଂସ୍କରଣ’ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଚଳିତ ମାସ ୧୭ରେ ହାଇଦ୍ରାବାଦରେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି ସହଯୋଗରେ ହେବାକୁ ଥିବା ଏହି ଇନ୍‌ଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ ବୋଲି ଜଣାପଡ଼ିଛି। ଦୁବାଇ, ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ପରେ ହାଇଦ୍ରାବାଦରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସୂଚନା ଅନୁସାରେ, ନିବେଶକଙ୍କ ସହ ୱାନ୍‌-ଟୁ-ୱାନ୍‌ ବୈଠକ ଓ ନିବେଶକ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ସେଥିପାଇଁ ନିଜର ଜନ୍ମଦିନ ଅକ୍ଟୋବର ୧୬ରେ ରହିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ଦିନ ହାଇଦ୍ରାବାଦ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ହାଇଦ୍ରାବାଦର ହୋଟେଲ ତାଜ୍‌ କ୍ରିଷ୍ଣାରେ ମୁଖ୍ୟମନ୍ତ୍ରୀ ଅକ୍ଟୋବର ୧୭ରେ ନିବେଶକ, ଶିଳ୍ପପତି ଓ ବିଭିନ୍ନ ବ୍ୟବସାୟିକ କମ୍ପାନୀର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆମନ୍ତ୍ରଣ ମଧ୍ୟ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri