୫ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨।୩(ସ୍ବ.ପ୍ର.): ଆସନ୍ତା ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବେ। ୧୮୨ କୋଟି ବ୍ୟୟ ଅଟକଳରେ ନିର୍ମିତ ୪ ଲାଇନ ବିଶିଷ୍ଟ ବିଜୁ ଏକ୍ସପ୍ରେସୱେ ଉଦଘାଟନ କରିବେ। ଏହାସହ ପ୍ରାୟ ୩ କୋଟିରୁ ଊଦ୍ଧର୍‌ବ ଟଙ୍କାରେ ନିର୍ମିତ ଧର୍ମଗଡ଼ ସରକାରୀ ବସଷ୍ଟାଣ୍ଡ ଓ ୭ କୋଟି ୮୪ ଲକ୍ଷ ବ୍ୟୟରେ ନିର୍ମିତ ବିଜୁ ପଟ୍ଟନାୟକ ଇନ୍‌ଣ୍ଡୋର ଷ୍ଟାଡିୟମ ଲୋକାର୍ପଣ କରିବେ। ହେଲେ ମୁଖ୍ୟମନ୍ତ୍ରୀ ଆସିବେ ବୋଲି ରାସ୍ତା ନିର୍ମାଣକାରୀ ଠିକାଦାର, ରାଜନେତା ଓ ପ୍ରଶାସନିକ ଅଧିକାରୀମାନେ ରାତିଦିନ ଏକ କରିଦେଇଛନ୍ତି। ରାସ୍ତା ନିର୍ମାଣ କାମ ୫ ତାରିଖ ପୂର୍ବରୁ ସରାଇବା ପାଇଁ ଚାଲିଛି ପ୍ରାଣମୂର୍ଚ୍ଛା ଉଦ୍ୟମ। ପୂର୍ତ୍ତ ବିଭାଗ ଦିନ ରାତି ଏକ କରି ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତା ନିର୍ମାଣ ଚାଲିଥିବା ବେଳେ ରାସ୍ତା କାମର ସ୍ଥାୟୀତ୍ୱ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଉରକେଲାଠାରୁ ଆମପାଣି ପର୍ଯ୍ୟନ୍ତ ୫୪୬ କି.ମି. ପର୍ଯ୍ୟନ୍ତ ୪ ଲାଇନ ବିଶିଷ୍ଟ ବିଜୁ ଏକ୍ସପ୍ରେସୱେ ନିର୍ମାଣ କରାଯାଉଛି। ରାସ୍ତା ନିର୍ମାଣ ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଅଧିକାରୀ, ଜିଲାପାଳ, ଉପଜିଲାପାଳ କିମ୍ବା ମନ୍ତ୍ରୀ, ବିଧାୟକ, ଏମ୍‌ପି କେହି ମଧ୍ୟ ଦିନେ ହେଲେ ତଦାରଖ ପାଇଁ ଯାଇ ନାହାନ୍ତି। କେବଳ ଠିକାଦାରଙ୍କ ମନମାନୀରେ ଏହି କାମ ଚାଲୁଥିଲା। ବର୍ତ୍ତମାନ ରାଜ୍ୟ ମୁଖିଆ ଆସିବା ଜାଣି ପୂର୍ତ୍ତ ବିଭାଗ ଅଧିକାରୀ ଓ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ସମସ୍ତେ ତଦାରଖ କରିବା ପାଇଁ ବାହାରିଛନ୍ତି। ଉଦଘାଟନକୁ ଆଉ କିଛି ଦିନ ବାକିଥିବା ବେଳେ ରାତିଦିନ ପ୍ରାଣମୂର୍ଚ୍ଛା ଉଦ୍ୟମ କରି ରାସ୍ତା ନିର୍ମାଣ କାମ ଚାଲିଛି। ହେଲେ ରହି ରାସ୍ତା ନିର୍ମାଣ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ନିମ୍ନମାନର କାମ ଯୋଗୁ ଏହାର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଫଳରେ ଯେଉଁମାନେ ଏହି ରାସ୍ତାରେ ନିର୍ଭର କରନ୍ତି, ସେମାନଙ୍କ ପାଇଁ ଉଦବେଗ ଜନକ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri