ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ, ଶତାଧିକ କୋଟିର ପ୍ରକଳ୍ପ ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ୫ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରକଳ୍ପଗୁଡ଼ିକ ଶିକ୍ଷା, ସ୍ବାସ୍ଥ୍ୟସେବା ଓ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ କେନ୍ଦୁଝର ଜିଲାର ବିକାଶକୁ ନୂତନ ଦିଗ ଦେବ ବୋଲି ଆଶା କରାଯାଉଛି। ଏହି ଅବସରରେ ଜଙ୍ଗଲ ପରିବେଶ ଓ ଜଳବାୟୁ ତଥା ଶ୍ରମ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡାକ୍ତର ଫକୀର ନାଏକ, କେନ୍ଦୁଝର ଗଡ଼ ପୌରାଧ୍ୟକ୍ଷା ନିକୁ ସାହୁଙ୍କ ସମେତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫.୫୬ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ଟେକ-ବିଜନେସ ପାର୍କର ଭୂମିପୂଜନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ୨୩୭ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଏହା ଉତ୍ତର ଓଡ଼ିଶାର ଅନ୍ୟତମ ଆଧୁନିକ ଓ ପ୍ରମୁଖ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଭାବେ ଗଢ଼ିଉଠିବାର ଲକ୍ଷ୍ୟ ରହିଛି।

ସେହିପରି ଧରଣୀଧର ବିଶ୍ୱବିଦ୍ୟାଳୟର ଦକ୍ଷିଣ କ୍ୟାମ୍ପସରେ ୧୬୨ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କିତ କୋଠା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ପ୍ରକଳ୍ପ ଅନ୍ତର୍ଗତ ଉଚ୍ଚଶିକ୍ଷା ବିଭାଗ (HED) ପକ୍ଷରୁ ୯୦ କୋଟି ଟଙ୍କା ବ୍ୟୟରେ ଆସବାବପତ୍ର ସହିତ ୩ଟି ଏକାଡେମିକ କୋଠା ନିର୍ମାଣ କରାଯିବ। ଏଥିସହ ୩୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଏବଂ ୩୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ନର୍ମାଣ ପାଇଁ ପ୍ରତ୍ୟେକରେ ୧୧ କୋଟି ଟଙ୍କା ଲେଖାଏଁ ବ୍ୟୟ କରାଯିବ।

ଏହାବ୍ୟତୀତ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରୁ ୫୦ କୋଟି ଟଙ୍କା ବ୍ୟୟରେ ଏକ ପ୍ରଶାସନିକ କୋଠା ସହିତ କୃତ୍ରିମ ବୁଦ୍ଧିମତ୍ତା(AI), ସାଇବର ସୁରକ୍ଷା, ଅଗମେଣ୍ଟେଡ ଓ ଭର୍ଚୁଆଲ ରିଆଲିଟି (AR/VR), ଡିଜିଟାଲ ଟୁିନ୍‌, ଆନିମେସନ ଓ ଡିଜିଟାଲ ମିଡିଆ ଆଦି କ୍ଷେତ୍ରକୁ ନେଇ ଏକ ସେଣ୍ଟର ଅଫ ଏକ୍ସିଲେନ୍ସ ପ୍ରତିଷ୍ଠା କରାଯିବ।

ଅନ୍ୟପକ୍ଷରେ କେନ୍ଦୁଝର ଜିଲା ଚିକିତ୍ସା ଓ ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ିଉଠିବାକୁ ଯାଉଛି। ଏଥିପାଇଁ ୭ ମହଲା ବିଶିଷ୍ଟ ଡେଣ୍ଟାଲ କଲେଜ କୋଠା ନିର୍ମାଣ ନିମନ୍ତେ ୫୮ କୋଟି ୪୦ ଲକ୍ଷ ଟଙ୍କା ଏବଂ ୧୦ ମହଲା ବିଶିଷ୍ଟ ନର୍ସିଂ କଲେଜ କୋଠା ନିର୍ମାଣ ପାଇଁ ପ୍ରାୟ ୬୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ପୂର୍ବରୁ ଜିଲାରେ ମେଡିକାଲ କଲେଜ ଥିବା ବେଳେ ଡେଣ୍ଟାଲ ଓ ନର୍ସିଂ କଲେଜ ପ୍ରତିଷ୍ଠା ହେବା ଦ୍ୱାରା ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଏକ ସମ୍ପୂର୍ଣ୍ଣ ବ୍ୟବସ୍ଥା ଗଢ଼ିଉଠିବ। ଏହାଦ୍ୱାରା ଛାତ୍ରୀଛାତ୍ରଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହେବା ସହ ଅଞ୍ଚଳରେ ସ୍ବାସ୍ଥ୍ୟସେବା ମଧ୍ୟ ଅଧିକ ସୁଦୃଢ଼ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ମାତୃ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ଉଦ୍ଘାଟନ କରିଛନ୍ତି। ଏହାଦ୍ୱାରା ମାଆ ଓ ଶିଶୁମାନଙ୍କ ପାଇଁ ସ୍ବାସ୍ଥ୍ୟସେବା ଅଧିକ ସୁଗମ ଓ ଉନ୍ନତ ହୋଇପାରିବ। ସେହିପରି ୩୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଅତ୍ୟାଧୁନିକ ମଡୁଲାର ଅପରେଶନ ଥିଏଟର (OT) କମ୍ପ୍ଲେକ୍ସକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ଶିକ୍ଷା, ସ୍ବାସ୍ଥ୍ୟ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଏହିସବୁ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ ଜିଲାର ଭିତ୍ତିଭୂମି ବିକାଶକୁ ନୂତନ ଗତି ଦେବା ସହ ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ନିଯୁକ୍ତିର ନୂତନ ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟୀ ଗାଁ: ଯେଉଁଠି ଉଲଗ୍ନ ହୋଇ ରୁହନ୍ତି ଲୋକେ, କାରଣ ଜାଣିଲେ…

ବିଶ୍ୱର ଅନେକ ସ୍ଥାନର ପରମ୍ପରା ଏବଂ ଜୀବନଶୈଳୀ ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ସାଧାରଣତଃ ବାହାରକୁ ଯିବା ସମୟରେ ପୋଷାକ ପିନ୍ଧିବା ଜରୁରି ବୋଲି ବିବେଚନା କରାଯାଏ, କିନ୍ତୁ…

ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇଲା ଗଞ୍ଜାମ ପୋଲିସ, ମାନବିକତାର ଆଲୋକ ଜଳାଇଲେ ଏସ୍‌ପି

ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର କରାଳ ବିଭୀଷିକାରେ ଛାରଖାର ହୋଇଯାଇଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା ସବୁକିଛି ଛଡ଼ାଇ ନେଇ ଅନେକ ପରିବାରଙ୍କୁ ନିଃସହାୟ କରିଦେଇଛି। ଏଭଳି…

କିଡ୍‌ନୀ ରୋଗ ନେଲା ଆଉ ଜଣଙ୍କ ଜୀବନ, ଚିକିତ୍ସାରେ ସର୍ବସ୍ବାନ୍ତ ବସୁଦେବଙ୍କ ପରିବାର

ଅମରପାଲି,୬ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେଉଛି। ଏହି ରୋଗରେ ଆକ୍ରାନ୍ତ ହୋଇ ଆଉ ଜଣେ ବ୍ୟକ୍ତିଙ୍କ…

ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ

ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’…

ବକ୍ସ ଅଫିସରେ ଧମାଲ କଲା ‘ରାମାୟଣ’, ରିଲିଜର ପ୍ରଥମ ଦିନରେ କଲା ୭ ବଡ଼ ରେକର୍ଡ

ମୁମ୍ବାଇ,୬।୧୧: ରଣବୀର କପୁର, ସାଇ ପଲ୍ଲବୀ ଏବଂ ୟଶଙ୍କ ଅଭିନୀତ ‘ରାମାୟଣ’ ମୁଭି ବକ୍ସ ଅଫିସରେ ଏକ ଚମତ୍କାର ଆରମ୍ଭ କରିଛି ଏବଂ ପ୍ରଥମ ଦିନରେ ହିଁ…

କଂଗ୍ରେସର ବଡ଼ ଘୋଷଣା: ନଭେମ୍ବର ୨୬ରେ…ସରକାରଙ୍କ ବଢିଲା ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୬।୧୧: ସମ୍ବିଧାନ ଦିବସ ଅବସରରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା ଆୟୋଜନ କରାଯିବ। ନଭେମ୍ବର ୨୬ ତାରିଖରେ ହେବାକୁ ଥିବା ଏହି ପଦଯାତ୍ରାର ନାମ ‘ସମ୍ବିଧାନ ବଞ୍ଚାଅ…

ବସ ଭଡ଼ା ବୃଦ୍ଧି ପରେ ଶିବକୁମାରଙ୍କୁ ଶିଶୁ ଭାବରେ ଚିତ୍ରଣ କଲା ଭାଜପା, ଶେୟାର କଲା AI-ନିର୍ମିତ ଭିଡିଓ, ଦେଖନ୍ତୁ…

ବେଙ୍ଗାଲୁରୁ,୬।୧୧: ସାଧାରଣ ପରିବହନ ଭଡ଼ା ଏବଂ କ୍ଷୀର ଦର ବୃଦ୍ଧିକୁ ନେଇ କର୍ନାଟକ ଭାଜପା କଂଗ୍ରେସ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛି। ଭାଜପା ମୁଖ୍ୟମନ୍ତ୍ରୀ ଡିକେ…

ନଭେମ୍ବର ୭ରେ ତୁଳା ରାଶିକୁ ଚନ୍ଦ୍ରମାଙ୍କ ଗୋଚର: କର୍କଟ-ତୁଳା ସମେତ ୪ ରାଶିଙ୍କ ଭାଗ୍ୟ ଚମକିବ, ଚାକିରିରେ ବଡ଼ ପଦୋନ୍ନତି

ନୂଆଦିଲ୍ଲୀ,୬।୧୧: ଦୀପାବଳିର ଠିକ ଗୋଟିଏ ଦିନ ପୂର୍ବରୁ ଚନ୍ଦ୍ରମା ନିଜ ରାଶି ପରିବର୍ତ୍ତନ କରିବେ। ନଭେମ୍ବର ୭ ତାରିଖ ସନ୍ଧ୍ୟା ୫ଟା ୧୫ ମିନିଟରେ ଚନ୍ଦ୍ରମା କନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?