ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩ା୨(ସ୍ବ.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସିବେ। ଏହି ଅବସରରେ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିବା ସହ ଅନ୍ୟାନ୍ୟ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ସୂଚନା ଦେଇଛି।
ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୧୫ରେ କେନ୍ଦୁଝରରେ ପହଞ୍ଚତ୍ବେ। ୧୧ଟା ୨୦ରେ ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିବେ। ସୂଚନାଯୋଗ୍ୟ, ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହାର ଶିଳାନ୍ୟାସ କରିଥିଲେ। ୩୮୧ କୋଟି ଟଙ୍କା ବ୍ୟୟରେ ମେଡିକାଲ କଲେଜ ନିର୍ମିତ ହୋଇଛି। ୨୫ଟି ବ୍ଳକ୍‌ ଓ ୧୮ଟି କୋଠା ନିର୍ମାଣ କରାଯିବା ସହିତ କଲେଜ ପାଇଁ ଅଲଗା ଓ ହସ୍ପିଟାଲ ପାଇଁ ୩ଟି ବ୍ଳକ୍‌ ନିର୍ମାଣ କରାଯାଇଛି। ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ, ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଜନସାଧାରଣଙ୍କୁ ଏବେ ଉନ୍ନତମାନର ସ୍ବାସ୍ଥ୍ୟସେବା ମିଳିପାରିବ। ପ୍ରଥମ ବର୍ଷ ୧୦୦ଟି ସିଟ୍‌ରେ ପାଠପଢ଼ା ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମେଡିକାଲ କଲେଜ ପରିଦର୍ଶନ କରିବା ସହ ଅଡିଟୋରିୟମରେ କଲେଜର ଛାତ୍ରୀଛାତ୍ର, ଶିକ୍ଷକମାନଙ୍କ ସହିତ ବାର୍ତ୍ତାଳାପ କରିବେ। ସେଠାରୁ ମେଡିକାଲ ନିକଟସ୍ଥ ପଡ଼ିଆରେ ଆୟୋଜିତ ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ତଥା ସାଧାରଣ ସଭାରେ ଯୋଗଦେବେ। ପରେ ଶଙ୍କରପୁରସ୍ଥିତ ଧରଣୀଧର ଟ୍ରାଇବାଲ ସ୍ପୋର୍ଟସ କମ୍ପ୍ଲେକ୍ସ, ପୁରୁଣା ସହର ବଳଦେବଜୀଉ ମନ୍ଦିର ପରିସରରେ ନବ ନିର୍ମିତ ଭୋଗମଣ୍ଡପ, ହାଡ଼ବନ୍ଧ ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୁଦାୟ ୪୭୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଜିଲାପାଳ ଆଶିଷ ଠାକ୍‌ରେ ସୂଚନା ଦେଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ଫୋର୍ସ ମୁତୟନ କରାଯିବ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ସ୍ଥାନୀୟ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବରେ ଘୋଷଣା କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri