ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୩ା୨(ସ୍ବ.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସିବେ। ଏହି ଅବସରରେ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିବା ସହ ଅନ୍ୟାନ୍ୟ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ସୂଚନା ଦେଇଛି।
ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୧୫ରେ କେନ୍ଦୁଝରରେ ପହଞ୍ଚତ୍ବେ। ୧୧ଟା ୨୦ରେ ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିବେ। ସୂଚନାଯୋଗ୍ୟ, ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହାର ଶିଳାନ୍ୟାସ କରିଥିଲେ। ୩୮୧ କୋଟି ଟଙ୍କା ବ୍ୟୟରେ ମେଡିକାଲ କଲେଜ ନିର୍ମିତ ହୋଇଛି। ୨୫ଟି ବ୍ଳକ୍‌ ଓ ୧୮ଟି କୋଠା ନିର୍ମାଣ କରାଯିବା ସହିତ କଲେଜ ପାଇଁ ଅଲଗା ଓ ହସ୍ପିଟାଲ ପାଇଁ ୩ଟି ବ୍ଳକ୍‌ ନିର୍ମାଣ କରାଯାଇଛି। ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ, ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଜନସାଧାରଣଙ୍କୁ ଏବେ ଉନ୍ନତମାନର ସ୍ବାସ୍ଥ୍ୟସେବା ମିଳିପାରିବ। ପ୍ରଥମ ବର୍ଷ ୧୦୦ଟି ସିଟ୍‌ରେ ପାଠପଢ଼ା ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମେଡିକାଲ କଲେଜ ପରିଦର୍ଶନ କରିବା ସହ ଅଡିଟୋରିୟମରେ କଲେଜର ଛାତ୍ରୀଛାତ୍ର, ଶିକ୍ଷକମାନଙ୍କ ସହିତ ବାର୍ତ୍ତାଳାପ କରିବେ। ସେଠାରୁ ମେଡିକାଲ ନିକଟସ୍ଥ ପଡ଼ିଆରେ ଆୟୋଜିତ ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ତଥା ସାଧାରଣ ସଭାରେ ଯୋଗଦେବେ। ପରେ ଶଙ୍କରପୁରସ୍ଥିତ ଧରଣୀଧର ଟ୍ରାଇବାଲ ସ୍ପୋର୍ଟସ କମ୍ପ୍ଲେକ୍ସ, ପୁରୁଣା ସହର ବଳଦେବଜୀଉ ମନ୍ଦିର ପରିସରରେ ନବ ନିର୍ମିତ ଭୋଗମଣ୍ଡପ, ହାଡ଼ବନ୍ଧ ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମୁଦାୟ ୪୭୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଜିଲାପାଳ ଆଶିଷ ଠାକ୍‌ରେ ସୂଚନା ଦେଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ଫୋର୍ସ ମୁତୟନ କରାଯିବ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ସ୍ଥାନୀୟ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବରେ ଘୋଷଣା କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?